Advertisment

ଆଜିଠୁ ଚାରି ଦିନ ବର୍ଷିବ, ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା  ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା  ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି […]

ଅଦ୍ୟତନ ହୋଇଛି
ସାବଧାନ୍! ସ୍ୱାସ୍ଥ୍ୟ ପାଇଁ ବର୍ଷା ଋତୁ ଅଧିକ ଘାତକ

rain

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ। ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା  ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ ସୂଚନା ଦେଇଛନ୍ତି

Advertisment

ପାଣିପାଗ ବିଭାଗର ସୂଚନା ଅନୁସାରେ, ଆଜି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ବର୍ଷା  ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହୋଇପାରେ।

୨୩ ତାରିଖରେ ବର୍ଷାର ପରିମାଣ ଅଧିକ ବଢ଼ିପାରେ।  ଭୁବନେଶ୍ୱରରେ ୨୩  ଓ ୨୪ ତାରିଖରେ ବର୍ଷା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

Advertisment

ଆଜି ରାଜଧାନୀରେ ଘନ କୁହଡ଼ି ଦେଖିବାକୁ ମିଳିଥିଲା। ସକାଳୁ ସକାଳୁ ୧୦ ମିଟର ଦୂରରୁ ମଧ୍ୟ ରାସ୍ତା ଦେଖାଯାଉ ନଥିଲା। ରାଜଧାନୀରେ ଘନ କୁହୁଡି ଯୋଗୁ ବିମାନ ସେବା ବ୍ୟାହତ ହୋଇଥିଲା। ନୂଆଦିଲ୍ଲୀରୁ ଭୁବନେଶ୍ୱର ଆସିବାକୁ ଥିବା ଇଣ୍ଡିଗୋ- ୨୧୭୮ ବିମାନକୁ ଡାଇଭର୍ଟ କଲେ କର୍ତ୍ତୃପକ୍ଷ। ବିମାନବନ୍ଦର ଅଞ୍ଚଳରେ ସକାଳ ୯ଟା ୩୦ ସୁଦ୍ଧା ଭିଜିବିଲିଟି ୧୫୦ ମିଟର ଥିଲା।

Rain Alert Weather Report
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe