ଆଜିଠାରୁ ୧୪ ଯାଏ ବର୍ଷିବ, ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠାରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ୧୪ ତାରିଖ ପର୍ଯ୍ୟନ୍ତ ଏହା ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏବେ ପଶ୍ଚିମାଝଡ଼ର ଆଗମନ ତଥା ପୂର୍ବ ବଙ୍ଗୋପସାଗର ମଧ୍ୟରୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ଅତ୍ୟଧିକ ମାତ୍ରାରେ ଉଷ୍ମଜଳୀୟବାଷ୍ପ ପ୍ରବେଶ କରୁଛି। ଏହା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। ଏଥିସହ କିଛି ସ୍ଥାନରେ କୁଆପଥର ମାଡ଼ ମଧ୍ୟ ହୋଇପାରେ। […]

Weather

Weather

Manoranjan Sial
  • Published: Tuesday, 11 January 2022
  • Updated: 11 January 2022, 04:46 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଶ୍ଚିମା ଝଡ଼ ପ୍ରଭାବରେ ଆଜିଠାରୁ ରାଜ୍ୟର କିଛି ସ୍ଥାନରେ ବର୍ଷା ଆରମ୍ଭ ହୋଇଛି। ୧୪ ତାରିଖ ପର୍ଯ୍ୟନ୍ତ ଏହା ଲାଗି ରହିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏବେ ପଶ୍ଚିମାଝଡ଼ର ଆଗମନ ତଥା ପୂର୍ବ ବଙ୍ଗୋପସାଗର ମଧ୍ୟରୁ ଓଡ଼ିଶା ମଧ୍ୟକୁ ପ୍ରବେଶ କରୁଥିବା ଅତ୍ୟଧିକ ମାତ୍ରାରେ ଉଷ୍ମଜଳୀୟବାଷ୍ପ ପ୍ରବେଶ କରୁଛି। ଏହା ପ୍ରଭାବରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷାର ସମ୍ଭାବନା ରହିଛି। ଏଥିସହ କିଛି ସ୍ଥାନରେ କୁଆପଥର ମାଡ଼ ମଧ୍ୟ ହୋଇପାରେ। ଏଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ସତର୍କ ସୂଚନା ଜାରି କରାଯାଇଛି।

https://twitter.com/mcbbsr/status/1480769579588599809?s=20

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଆଜି ବଲାଙ୍ଗିର, ସୋନପୁର, ନୂଆପଡ଼ା, ବରଗଡ଼, ସମ୍ୱଲପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରେ ବର୍ଷା ଲାଗି ରହିଥିଲା। ୧୨ ତାରିଖ ସକାଳ ସାଢ଼େ ୮ଟା ଭିତରେ ନୂଆପଡ଼ା, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୋଳ, କଳାହାଣ୍ଡି, ବଲାଙ୍ଗିର, ସୋନପୁର,  ବୌଦ୍ଧ, କନ୍ଧମାଳ ଓ ସମ୍ୱଲପୁର ଜିଲ୍ଲାରେ କୁଆପଥର ପଥର ସହ ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

https://twitter.com/mcbbsr/status/1480831481668771841?s=20

୧୨ ତାରିଖ  ସକାଳ ସାଢ଼େ ୮ଟାରୁ ୧୩ ତାରିଖ ସକାଳ ସାଢ଼େ ୮ଟା ଭିତରେ  ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଓ କନ୍ଧମାଳ ଜିଲ୍ଲାରେ ଅନେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହାଛଡ଼ା ଗୋଟିଏ ବା ଦୁଇଟି ସ୍ଥାନରେ କୁଆପଥର ସହ ବର୍ଷା ହେବ ବୋଲି ଆଶଙ୍କା କରାଯାଉଛି। ସେଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

https://twitter.com/mcbbsr/status/1480705673339932672?s=20

୧୩ ତାରିଖ ସକାଳ ସାଢ଼େ ୮ଟାରୁ ୧୪ ତାରିଖ ସକାଳ ସାଢ଼େ ୮ଟା ଭିତରେ କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୋନପୁର, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ୱଲପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ କୁଆପଥାର ବର୍ଷା ହୋଇପାରେ। ସେଥିପାଇଁ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।

୧୪ ତାରିଖ ସକାଳ ସାଢ଼େ ୮ଟାରୁ ୧୫ ତାରିଖ ସକାଳ ସାଢ଼େ ୮ଟା ଭିତରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଢ଼େଙ୍କାନାଳ, ସୁନ୍ଦରଗଡ଼ ଓ କନ୍ଧମାଳ ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ କୁଆପଥର ମାଡ଼ ସହ ବର୍ଷା ହୋଇପାରେ। ସେଥିପାଇଁ ପାଣିପାଗ ବିଭାଗ ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos