Advertisment

‘ବୁଲ୍‌ବୁଲ୍‌’ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ପାରାଦୀପଠାରୁ ଏବେ ଏହା ପ୍ରାୟ ୪୫୦ କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ଏହା ଗତି କରୁଛି। ‘ବୁଲ୍‌ବୁଲ୍‌’ ପ୍ରଭାବରେ ପାରାଦୀପରେ ଆଜି ସକାଳୁ ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ବର୍ଷା ସହ ପବନ ମଧ୍ୟ ବହୁଛି। ସତର୍କତା ସ୍ୱରୂପ ପାରାଦୀପ ବନ୍ଦରରେ ୨ନମ୍ବର ବିପଦ ସଙ୍କେତ ଦିଆଯାଇଛି। ଆଗକୁ ବର୍ଷା ବଢ଼ିବାର ସମ୍ଭାବନା ଥିବାରୁ […]

ଅଦ୍ୟତନ ହୋଇଛି
‘ବୁଲ୍‌ବୁଲ୍‌’ ପ୍ରଭାବରେ ଓଡ଼ିଶାରେ ବର୍ଷା ଆରମ୍ଭ

paradip-2-1

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାତ୍ୟା ‘ବୁଲ୍‌ବୁଲ୍‌’ ପ୍ରଭାବରେ ଆଜିଠୁ ଉପକୂଳ ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯାଇଛି। ପାରାଦୀପଠାରୁ ଏବେ ଏହା ପ୍ରାୟ ୪୫୦ କି.ମି. ଦୂରରେ କେନ୍ଦ୍ରୀଭୂତ ରହିଛି। ଘଣ୍ଟା ପ୍ରତି ୧୦ କିଲୋମିଟର ବେଗରେ ଏହା ଗତି କରୁଛି।

Advertisment

‘ବୁଲ୍‌ବୁଲ୍‌’ ପ୍ରଭାବରେ ପାରାଦୀପରେ ଆଜି ସକାଳୁ ସକାଳୁ ବର୍ଷା ଆରମ୍ଭ ହୋଇଯାଇଛି। ବର୍ଷା ସହ ପବନ ମଧ୍ୟ ବହୁଛି। ସତର୍କତା ସ୍ୱରୂପ ପାରାଦୀପ ବନ୍ଦରରେ ୨ନମ୍ବର ବିପଦ ସଙ୍କେତ ଦିଆଯାଇଛି। ଆଗକୁ ବର୍ଷା ବଢ଼ିବାର ସମ୍ଭାବନା ଥିବାରୁ ପାରାଦୀପ ମାଛଧରା ବନ୍ଦର ସହ ଅଠରବାଙ୍କି, ନେହରୁ ବଙ୍ଗଳା, ନୂଆ ବଜାର ଓ ଷଣ୍ଢକୁଦ ବସ୍ତି ଲୋକଙ୍କୁ ସତର୍କ କରି ଦିଆଯାଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ନ ଯିବାକୁ ଡାକବାଜି ଯନ୍ତ୍ର ଯୋଗେ ଆଲର୍ଟ କରାଯାଇଛି।

ଆସନ୍ତା ୧୨ ଘଣ୍ଟା ମଧ୍ୟରେ ‘ବୁଲ୍‌ବୁଲ୍‌’ ଉତ୍ତର ଉତ୍ତରପୂର୍ବ ଦିଗକୁ ଗତି କରିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।  ୧୦ ତାରିଖରେ ‘ବୁଲ୍‌ବୁଲ୍‌’  ପଶ୍ଚିମବଙ୍ଗ ଓ ବାଂଲାଦେଶ ମଧ୍ୟରେ ଲ୍ୟାଣ୍ଡଫଲ୍ କରିପାରେ ବୋଲି ଅନୁମାନ କରଯାଉଛି। ଯଦିଓ ‘ବୁଲ୍‌ବୁଲ୍‌’ ଓଡ଼ିଶାରେ ଲ୍ୟାଣ୍ଡଫଲ୍‌ କରିବାର ସମ୍ଭାବନା ନାହିଁ, ହେଲେ ଏହା  ପ୍ରଭାବରେ  ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।

Advertisment

ସେହିପରି ୯ ତାରିଖ ଲାଗି ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଜଗତସିଂହପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, ଯାଜପୁର ଓ କଟକରେ ମଧ୍ୟ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe