rain
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୧୩ ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ର ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ସୃଷ୍ଟି ହୋଇପାରେ ଏହି ଲଘୁଚାପ । ଏହା ପ୍ରଭାବରେ ୧୨ତାରିଖରୁ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ବଡ଼ ଧରଣର ବର୍ଷା ହୋଇପାରେ।
ଆଜି ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୂରଭଞ୍ଜ, ଝାରସୁଗୁଡା, ନୂଆପଡା ଓ ଅନୁଗୁଳ ଆଦି ଜିଲ୍ଲାରେ କିଛି ସ୍ଥାନରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ସେହିପରି ୧୨ ତାରିଖ ବେଳକୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/09/rain.jpg)