ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ବିଜେଡି ବିଧାୟକ ରଜନୀକାନ୍ତ ସିଂହ ହେଲେ ବିଧାନସଭାର ଉପବାଚସ୍ପତି। ଆଜି ରଜନୀକାନ୍ତଙ୍କ ନାମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ପ୍ରସ୍ତାବକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ସମର୍ଥନ ଜଣାଇଥିଲେ।
ରଜନୀକାନ୍ତ ସିଂହଙ୍କ ବିପକ୍ଷରେ ଆଉ କେହି ପ୍ରାର୍ଥୀ ନ ଥବାରୁ ତାଙ୍କ ନାଁକୁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଘୋଷଣା କରିଥିଲେ। ଅନୁଗୋଳରୁ ନିର୍ବାଚିତ ହୋଇଥିବା ରଜନୀକାନ୍ତ ସିଂହ ଗତ ପାଳିରେ ମନ୍ତ୍ରୀ ଥିଲେ।
ଉପବାଚସ୍ପତି ନିର୍ବାଚିତ ହେବା ପରେ ରଜନୀକାନ୍ତ ସିଂହ କହିଲେ- ୪ ଥର ବିଧାୟକ ଭାବେ ନିର୍ବାଚିତ ହୋଇଛି। ଅଭିଜ୍ଞତା ଅନୁସାରେ କାର୍ଯ୍ୟ କରିବି। ତେବେ ଉପବାଚସ୍ପତି ପଦବୀର ନିରପେକ୍ଷତା ନେଇ ପ୍ରଶ୍ନରେ ରଜନୀକାନ୍ତ ସିଂହ କହିଛନ୍ତି,“ ଏହି ଚୌକିଟି ସର୍ବଦା ନିରପେକ୍ଷ। କେତେବେଳେ ବା କିଏ ପ୍ରଶ୍ନ କରିଥାନ୍ତି।ଗୃହର ସୁପରିଚାଳନା ପାଇଁ କାର୍ଯ୍ୟ କରିବି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Weather
ଆଜିଠୁ ବଦଳିବ ପାଗ; କମିବ ବର୍ଷା, ବଢ଼ିବ କୁହୁଡି
କମିବ ବର୍ଷା, ବଢ଼ିବ କୁହୁଡି। ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?
Miscellaneous
ସରକାରୀ ଯୋଜନାରୁ ବାଦ୍ ପଡ଼ିବେ ଅଯୋଗ୍ୟ ଚାଷୀ: ପ୍ରକୃତ ଚାଷୀ ଖୋଜିବାକୁ ନୂଆ ବର୍ଷରୁ ପଞ୍ଜୀକରଣ
ପୁରୁଣା ସରକାରରେ ଅଣଚାଷୀ ଓ ଦଳୀୟ ଭିତ୍ତିରେ ଚାଷୀଙ୍କ ପାଇଁ ସରକାରୀ ଯୋଜନା ବାଣ୍ଟିବା ଏକ ବଡ଼ ପ୍ରସଙ୍ଗ ଥିଲା।
Crime
ପୁଲିସ ସ୍ତ୍ରୀକୁ ମାରି ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ
ମୃତ ମହିଳା କନଷ୍ଟେବଲ କଟକ ସାଇବର ଥାନାରେ କାର୍ଯ୍ୟ କରୁଥିଲେ।
Crime
ଡିଡିଟାଲ ଆରେଷ୍ଟର ମିଛ ଫାଶରେ ପଡ଼ିଗଲେ ପୂର୍ବତନ ସେନା ଅଧିକାରୀ, ଭୟରେ ଦେଇଦେଲେ ୧ କୋଟି
ଡିଜିଟାଲ ଆରେଷ୍ଟ ନେଇ ଲୋକଙ୍କୁ ସଚେତନ କରାଯାଉଥିବା ସତ୍ତ୍ୱେ ଅନେକ ସମୟରେ ସେମାନେ ଭୟଭୀତ ହୋଇ ନିଜ ଟଙ୍କା ହରାଉଛନ୍ତି।