ଭୁବନେଶ୍ୱର: ରାଜ୍ୟ କ୍ୟାବିନେଟ ବୈଠକ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ୬ଟି ପ୍ରସ୍ତାବକୁ ଅନୁମୋଦନ ଦିଆଯାଇଛି । ଏ ନେଇ ମୁଖ୍ୟ ଶାସନ ସଚିବ ଗୋକୁଳ ଚନ୍ଦ୍ର ପତି ଏକ ପ୍ରେସମିଟରେ ସୂଚନା ଦେଇଛନ୍ତି । ବୈଠକରେ ଅନ୍ତର୍ଜାତୀୟ ବିମାନ ଇନ୍ଧନରେ ୫ ପ୍ରତିଶତ ଭାଟ ଛାଡ କରାଯିବାକୁ ଅନୁମୋଦନ ଦିଆଯାଇଛି । ଭୁବନେଶ୍ୱରରୁ ଅନ୍ତର୍ଜାତୀୟ ବିମାନ ଉଡାଣକୁ ଉତ୍ସାହିତ କରିବାକୁ ଏହି ପଦକ୍ଷେପ ନିଆଯାଇଛି । ଏହାସହ ମ୍ୟୁନିସିପାଲ କର୍ପୋରେସନ ଆକ୍ଟ ୨୦୦୩ ସେକ୍ସନ ୧୧୯ରେ ସଂଶୋଧନ, ନୂଆ ସ୍ପେଶାଲ ଇକୋନମିକ ଜୋନର ପଲିସି, ରିହାତି ଦରରେ ଜମି, ପ୍ରସେସିଂ ଫିକୁ ଛାଡି ଅନ୍ୟ ଟିକସ ଛାଡ, ଓଡିଶା ସବ ଅର୍ଡିନେଟ ଷ୍ଟାଫ ସିଲେକ୍ସନରେ ୩ଟି ସଂଶୋଧନ ଓ ଜୟଶ୍ରୀ କେମିକାଲ ଆସେଟକୁ ଆଦିତ୍ୟ ବିର୍ଲା କେମିକାଲ ଲିମିଟେଡକୁ ହସ୍ତାନ୍ତର ଆବେଦନକୁ ଅନୁମୋଦନ ମିଳିଛି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।