ରାଜ୍ୟରେ ସକ୍ରିୟ ହେଲା ମୌସୁମୀ ବାୟୁ : ଆଜି ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ। ସାରା ରାଜ୍ୟକୁ ମୌସୁମୀ ଛୁଇଁବା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ମୌସୁମୀ ବର୍ଷା ଲାଗି ରହିଛି। ବଙ୍ଗେ।ପସାଗର ଉପରେ କେନ୍ଦ୍ରୀଭୂତ ହୋଇଥିବା ଡିପ୍ରେସନ୍ ଉପକୂଳ ଅତିକ୍ରମ କରି ଦୁର୍ବଳ ହେବାରେ ଲାଗିଛି। ତେବେ ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇଥିବା ସୂଚନା ମିଳିଛି। ସେପଟେ ଆଜି ଉତ୍ତର ଓଡ଼ିଶାରେ ଅଧିକ ବର୍ଷା ହୋଇପାରେ ବୋଲି ପାଣି ପାଗ ବିଭାଗ ପକ୍ଷରୁ କୁହାଯାଇଛି ।