Advertisment

ରାଜ୍ୟରେ ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

ଭୁବନେଶ୍ୱର: ଶ୍ରମିକମାନଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ପାଇଛି। ଅଣକୁଶଳୀ ଶ୍ରମିକମାନଙ୍କର ସର୍ବନିମ୍ନ ମଜୁରୀ ୨୦୦ ଟଙ୍କା କରାଯାଇଛି। ସେହିଭଳି ଅର୍ଦ୍ଧକୁଶଳୀ ଶ୍ରମିକମାନଙ୍କ ସର୍ବନିମ୍ନ ମଜୁରୀ ୨୨୦ ଟଙ୍କା ହୋଇଛି। କୁଶଳୀ ଓ ଅତିକୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ଯଥାକ୍ରମେ ୨୪୦ ଓ ୨୬୦ ଟଙ୍କା କରାଯାଇଛି। ଆଜି ଭୁବନେଶ୍ୱରଠାରେ ରାଜ୍ୟ ସ୍ତରୀୟ ଶ୍ରମିକ ଦିବସ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ସେହିଭଳି ରାଜ୍ୟରୁ ବାଳ ଶ୍ରମିକ ପ୍ରଥାର ବିଲୋପ ଓ […]

ଅଦ୍ୟତନ ହୋଇଛି
ରାଜ୍ୟରେ ବଢ଼ିଲା ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ

labourer

Advertisment

ଭୁବନେଶ୍ୱର: ଶ୍ରମିକମାନଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି ପାଇଛି। ଅଣକୁଶଳୀ ଶ୍ରମିକମାନଙ୍କର ସର୍ବନିମ୍ନ ମଜୁରୀ ୨୦୦ ଟଙ୍କା କରାଯାଇଛି। ସେହିଭଳି ଅର୍ଦ୍ଧକୁଶଳୀ ଶ୍ରମିକମାନଙ୍କ ସର୍ବନିମ୍ନ ମଜୁରୀ ୨୨୦ ଟଙ୍କା ହୋଇଛି। କୁଶଳୀ ଓ ଅତିକୁଶଳୀ ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ଯଥାକ୍ରମେ ୨୪୦ ଓ ୨୬୦ ଟଙ୍କା କରାଯାଇଛି। ଆଜି ଭୁବନେଶ୍ୱରଠାରେ ରାଜ୍ୟ ସ୍ତରୀୟ ଶ୍ରମିକ ଦିବସ ଉତ୍ସବ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଛନ୍ତି। ସେହିଭଳି ରାଜ୍ୟରୁ ବାଳ ଶ୍ରମିକ ପ୍ରଥାର ବିଲୋପ ଓ ଶ୍ରମିକମାନଙ୍କ କଲ୍ୟାଣ ଲାଗି ଏକ ଷ୍ଟେଟ ଆକ୍ସନ ପ୍ଲାନ ଆରମ୍ଭ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Advertisment

ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ବୋର୍ଡ ଏବଂ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଉତ୍ସବର ଆୟୋଜନ କରାଯାଇଥିଲା। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶ୍ରମ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ, ପର୍ଯ୍ୟଟନ ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ୱର ସାଂସଦ ପ୍ରସନ୍ନ ପାଟ୍ଟଶାଣୀ ଏବଂ ଓଡ଼ିଶା କୋଠାବାଢ଼ି ଓ ଅନ୍ୟାନ୍ୟ ନିର୍ମାଣ ଶ୍ରମିକ ବୋର୍ଡ ଅଧ୍ୟକ୍ଷ ସୁବାସ ସିଂ ଉପସ୍ଥିତ ଥିଲେ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe