ରାଜ୍ୟର ବିଭିନ୍ନ ସ୍ଥାନରେ ଲଘୁଚାପ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ଝିପି ଝିପି ବର୍ଷା। ଲଘୁଚାପ ପ୍ରଭାବରେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ପଶ୍ଚିମବଙ୍ଗ ଗାଙ୍ଗେୟ ସମତଳ ଅଞ୍ଚଳର ଉତ୍ତର ଭାଗ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ଓଡ଼ିଶାରେ କେନ୍ଦ୍ରୀଭୂତ ହୋଇଛି। ଏହା ପଶ୍ଚିମ ଏବଂ ଉତ୍ତର ପଶ୍ଚିମ ଦିଗରେ ଗତି କରିବାପରେ ଦୁର୍ବଳ ହେବା ସମ୍ଭାବନା ରହିଛି। […]

rain

Rakesh Mallick
  • Published: Saturday, 11 July 2015
  • , Updated: 11 July 2015, 05:53 AM IST

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଲଘୁଚାପ ଜନିତ ଝିପି ଝିପି ବର୍ଷା। ଲଘୁଚାପ ପ୍ରଭାବରେ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ପଶ୍ଚିମବଙ୍ଗ ଗାଙ୍ଗେୟ ସମତଳ ଅଞ୍ଚଳର ଉତ୍ତର ଭାଗ ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତରେ ପରିଣତ ହୋଇଛି। ଏହା ଝାଡ଼ଖଣ୍ଡ, ଛତିଶଗଡ଼ ଏବଂ ଓଡ଼ିଶାରେ କେନ୍ଦ୍ରୀଭୂତ ହୋଇଛି। ଏହା ପଶ୍ଚିମ ଏବଂ ଉତ୍ତର ପଶ୍ଚିମ ଦିଗରେ ଗତି କରିବାପରେ ଦୁର୍ବଳ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।

Related story