ରାଜ୍ୟସଭା ନିର୍ବାଚନ ବିଜ୍ଞପ୍ତି; ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଭାଗରେ ଥିବା ଆସନରୁ ୪ଟି ଖାଲି ପଡୁଛି। ଏହି ସବୁ ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ପରେ ଆଜିଠାରୁ ହିଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ। ମାର୍ଚ୍ଚ ୧୩ ନାମାଙ୍କନ ଦାଖଲର ଶେଷ ତାରିଖ। ୨୬ରେ ହେବ ନିର୍ବାଚନ । ୧୭ଟି ରାଜ୍ୟର ୫୫ଟି ଆସନ ପାଇଁ ନିର୍ବାଚନ କରିବାକୁ କିଛି ଦିନ ତଳେ ନିର୍ବାଚନ କମିଶନ ଘୋଷଣା […]

rajya-sab-1

Niharika Rout
  • Published: Friday, 06 March 2020
  • , Updated: 06 March 2020, 10:43 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସଭା ନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ଭାଗରେ ଥିବା ଆସନରୁ ୪ଟି ଖାଲି ପଡୁଛି। ଏହି ସବୁ ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହା ପରେ ଆଜିଠାରୁ ହିଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ। ମାର୍ଚ୍ଚ ୧୩ ନାମାଙ୍କନ ଦାଖଲର ଶେଷ ତାରିଖ। ୨୬ରେ ହେବ ନିର୍ବାଚନ ।

୧୭ଟି ରାଜ୍ୟର ୫୫ଟି ଆସନ ପାଇଁ ନିର୍ବାଚନ କରିବାକୁ କିଛି ଦିନ ତଳେ ନିର୍ବାଚନ କମିଶନ ଘୋଷଣା କରିଥିଲେ। ସଂଖ୍ୟା ଦୃଷ୍ଟିରୁ ବିଜେଡି ଖାତାକୁ ୩ଟି ରାଜ୍ୟସଭା ଆସନ ଯିବା ନିଶ୍ଚିତ। ଚତୁର୍ଥ ଆସନ ପାଇଁ ଟଣାଓଟରା ଲାଗି ରହିଛି। ବିଜେଡି-ବିଜେପି ସହମତିରେ ପ୍ରାର୍ଥୀ ଦେବେ ନା ବିଜେଡି ଏହି ଆସନ ଏକାକୀ ହାସଲ କରିବାକୁ ଚାହିଁବ,ତାକୁ ନେଇ ନାନା ଚର୍ଚ୍ଚା ଲାଗି ରହିଛି।

Related story