ଭୁବନେଶ୍ୱର: ରେଲବାଇ ଜେଜିଏମ୍ ଘଟଣାରେ ରବିବାର ଚନ୍ଦ୍ରଶେଖରପୁର ପୋଲିସ୍ ଠିକାଦାର ସଂସ୍ଥା ଏଆରଏସଏସର ଅଧ୍ୟକ୍ଷ ସୁବାସ ଅଗ୍ରୱାଲଙ୍କୁ ଗିରଫ କରିଛି। ପୋଲିସ୍ ତାଙ୍କୁ କୋର୍ଟ ଫରୱାର୍ଡ କରିଛି।
ଗତକାଲି ଭୁବନେଶ୍ୱରର ଶ୍ରୀବିହାର ଅଞ୍ଚଳରେ ରେଲବାଇ ଜେଜିଏମ୍ ଅଜୟ କୁମାରଙ୍କ ଉପରକୁ ଗୁଳିମାଡ କରାଯାଇଥିଲା। ତେବେ ସେ ଏଥିରୁ ଅଳ୍ପକେ ବର୍ତ୍ତି ଯାଇଥିଲେ।
ଗତକାଲି ଅପରାହ୍ଣ ପ୍ରାୟ ୩ଟା ବେଳେ ଅଜୟ ଏକ ସ୍କର୍ପିଓ ଗାଡ଼ିରେ ତାଙ୍କ ଶ୍ରୀବିହାରସ୍ଥିତ ଘରକୁ ଯାଉଥିବା ବେଳେ ତିନି ଜଣ ଦୁର୍ବୃତ୍ତ ତାଙ୍କୁ ବାଟରେ ଅଟକାଇ ଥିଲେ। ପଲସର ଗାଡିରେ ଆସିଥିବା ଦୁର୍ବୃତ୍ତମାନେ ତାଙ୍କୁ ବନ୍ଧୁକ ଦେଖାଇବା ସହ ହତ୍ୟା ଧମକ ଦେଇଥିଲେ। ତା’ପରେ ତାଙ୍କ ଆଡକୁ ଲକ୍ଷ୍ୟ କରି ଦୁଇଟି ଗୁଳି ମାରିଥିଲେ। ତେବେ ସୌଭାଗ୍ୟବଶତଃ ସେ ଏଥିରୁ ବର୍ତ୍ତି ଯାଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।
Crime
ସ୍ୱାମୀ ପାଲଟିଗଲା ସଇତାନ, ସ୍ତ୍ରୀର ବେକ କାଟିଦେଲା
ଘରୋଇ କଳହରୁ ଘଟିଲା ବୀଭତ୍ସ ହତ୍ୟାକାଣ୍ଡ। ସ୍ୱାମୀ ପାଲଟିଗଲା ସଇତାନ । ସାତ ଜନ୍ମ ପାଇଁ ଯାହା ହାତ ଧରିଥିଲା ତା’ ବେକ କାଟି ଦେଲା।
Accident
ବ୍ରିଜ ତଳକୁ ଖସିଲା ସ୍କୁଟି, ଆଖି ବୁଜିଲେ ଚାଳକ
ଭବାନୀ ଷଡ଼ଙ୍ଗୀ କୌଣସି କାମ ପାଇଁ ତୁରେକେଲା ପଟେ ଆସୁଥିଲେ। ମାତ୍ର ପଣ୍ଡେନ ବ୍ରିଜ ନିକଟରେ ତାଙ୍କ ସ୍କୁଟି ଭାରସାମ୍ୟ ହରାଇ ବ୍ରିଜ ତଳକୁ ଖସି ପଡ଼ିଥିଲା।
Crime
ନିର୍ମାଣାଧୀନ ଘରୁ ବୋମା ଭର୍ତ୍ତି ବ୍ୟାଗ୍ ଜବତ, ଅଭିଯୁକ୍ତ ଚମ୍ପଟ
ପୁଲିସ୍କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି।