Advertisment

ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସାରସ୍ୱତ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ୨୦୨୦ ମସିହା ପାଇଁ ବିଶିଷ୍ଟ କଥାକାର ରାମଚନ୍ଦ୍ର ବେହେରା ପାଇବେ। ତାଙ୍କ ସହିତ ଅନ୍ୟ ୧୫ ଜଣ ବୟୋଜ୍ୟେଷ୍ଠ ଓ ବିଶିଷ୍ଟ ସାରସ୍ୱତ ସାଧକ ମଧ୍ୟ ସମ୍ବର୍ଦ୍ଧିତ ହେବେ। ଆଜି ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ଜାରି ସୂଚନା ଅନୁସାରେ, ଓଡ଼ିଶା ସାହିତ୍ୟ ଏକାଡ଼େମୀର ସଭାପତି ହରିହର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକାରୀ ପରିଷଦ ବୈଠକରେ ୨୦୨୦ ମସିହା ପାଇଁ […]

ଅଦ୍ୟତନ ହୋଇଛି
ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ

ram

Advertisment

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସାରସ୍ୱତ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ ସମ୍ମାନ ୨୦୨୦ ମସିହା ପାଇଁ ବିଶିଷ୍ଟ କଥାକାର ରାମଚନ୍ଦ୍ର ବେହେରା ପାଇବେ। ତାଙ୍କ ସହିତ ଅନ୍ୟ ୧୫ ଜଣ ବୟୋଜ୍ୟେଷ୍ଠ ଓ ବିଶିଷ୍ଟ ସାରସ୍ୱତ ସାଧକ ମଧ୍ୟ ସମ୍ବର୍ଦ୍ଧିତ ହେବେ।

Advertisment

ଆଜି ଓଡ଼ିଶା ସାହିତ୍ୟ ଏକାଡ଼େମୀ ପକ୍ଷରୁ ଜାରି ସୂଚନା ଅନୁସାରେ, ଓଡ଼ିଶା ସାହିତ୍ୟ ଏକାଡ଼େମୀର ସଭାପତି ହରିହର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକାରୀ ପରିଷଦ ବୈଠକରେ ୨୦୨୦ ମସିହା ପାଇଁ ଏହି ସାରସ୍ୱତ ସମ୍ମାନ ନିମନ୍ତେ ଶ୍ରୀ ବେହେରାଙ୍କ ସମେତ ଅନ୍ୟମାନଙ୍କୁ ସମ୍ବର୍ଦ୍ଧିତ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏକାଡ଼େମୀ ପକ୍ଷରୁ ଏକ ସ୍ୱତନ୍ତ୍ର ଉତ୍ସବରେ ଏହି ପୁରସ୍କାର ଓ ସମ୍ବର୍ଦ୍ଧନା ପ୍ରଦାନ କରାଯିବ

୨୦୨୦ ମସିହା ପାଇଁ ସମ୍ମାନଜନକ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ନିମନ୍ତେ ବିଶିଷ୍ଟ କଥାକାର ରାମଚନ୍ଦ୍ର ବେହେରାଙ୍କୁ ମନୋନୀତ କରାଯାଇଥିବାବେଳେ ବୟୋଜ୍ୟେଷ୍ଠ ସାରସ୍ୱତ ସାଧକ ଦେବେନ୍ଦ୍ର କୁମାର ଦାଶ, ଗିରିଜା ଶଙ୍କର ଶର୍ମା, ଅଶୋକ କୁମାର ପଟ୍ଟନାୟକ, ବାବାଜୀ ଚରଣ ପଟ୍ଟନାୟକ, ବାଇଧର ସାହୁ, ଜୀବନକୃଷ୍ଣ ମହାପାତ୍ର, ଦିଗରାଜ ବ୍ରହ୍ମା, ରୁଦ୍ରନାରାୟଣ ପୃଷ୍ଟି, ସୌଭାଗିନୀ ମିଶ୍ର, ସ୍ୱରାଜଲକ୍ଷ୍ମୀ ମିଶ୍ର, କୃପାସିନ୍ଧୁ ନାୟକ, ନିର୍ମଳପ୍ରଭା ନାୟକ, ରାସେଶ୍ୱରୀ ମିଶ୍ର, ରାଧାବିନୋଦ ନାୟକ ଓ ମହେଶ୍ୱର ମୂଳିଆଙ୍କୁ ସମ୍ବର୍ଦ୍ଧିର୍ତ କରିବାକୁ ନିଷ୍ପତ୍ତି ହୋଇଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe