୧୨ କୋଟି ଟଙ୍କାରେ ନୂଆ ରୂପ ପାଇଲା ରାମଲିଙ୍ଗେଶ୍ୱର ଜଳାଶୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ରହ୍ମପୁର ସହରର ୮ଏକର ପରିମିତ ଜମିରେ ଥିବା ପ୍ରାଚୀନ ପବିତ୍ର ପୁଷ୍କରଣୀ ରାମଲିଙ୍ଗେଶ୍ୱର ଜଳାଶୟର ପୁନରୁଦ୍ଧାର ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଜଳାଶୟକୁ ଉଦଘାଟନ କରିଛନ୍ତି। ୨୦୧୭ ମସିହାରେ ୧୨କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ଜଳାଶୟର ମଧ୍ୟଭାଗରେ ଭଗବାନ ଶଙ୍କରଙ୍କ ୩୫ଫୁଟ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତି ଶୋଭା ପାଉଥିବାବେଳେ ଚାରିପଟେ ଉଦ୍ୟାନ ଏହାକୁ ଅଧିକ […]

raaa

Manoranjan Sial
  • Published: Monday, 04 January 2021
  • , Updated: 04 January 2021, 10:29 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବ୍ରହ୍ମପୁର ସହରର ୮ଏକର ପରିମିତ ଜମିରେ ଥିବା ପ୍ରାଚୀନ ପବିତ୍ର ପୁଷ୍କରଣୀ ରାମଲିଙ୍ଗେଶ୍ୱର ଜଳାଶୟର ପୁନରୁଦ୍ଧାର ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ଜଳାଶୟକୁ ଉଦଘାଟନ କରିଛନ୍ତି। ୨୦୧୭ ମସିହାରେ ୧୨କୋଟି ଟଙ୍କା ବ୍ୟୟରେ ଏହି ଜଳାଶୟର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ ହୋଇଥିଲା। ଏହି ଜଳାଶୟର ମଧ୍ୟଭାଗରେ ଭଗବାନ ଶଙ୍କରଙ୍କ ୩୫ଫୁଟ ଉଚ୍ଚତା ବିଶିଷ୍ଟ ସୁଦୃଶ୍ୟ ପ୍ରତିମୂର୍ତ୍ତି ଶୋଭା ପାଉଥିବାବେଳେ ଚାରିପଟେ ଉଦ୍ୟାନ ଏହାକୁ ଅଧିକ ଆକର୍ଷଣୀୟ କରି ଗଢ଼ି ତୋଳିଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଏହି ଜଳାଶୟର ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଉଦଘାଟନ କରି ଏହି ପବିତ୍ର ଜଳାଶୟର ଜଳକୁ ପରିଷ୍କାର ରଖିବା ଓ ଏହାର ସୌନ୍ଦର୍ଯ୍ୟମୟ ପରିବେଶକୁ ସୁରକ୍ଷିତ ରଖିବାକୁ ବ୍ରହ୍ମପୁରବାସୀଙ୍କୁ ଆହ୍ୱାନ କରିଥିଲେ। ଏହି ଜଳାଶୟ ଓ ପାର୍କ ଆଜି ଗଞ୍ଜାମ ପର୍ଯ୍ୟଟନ ମାନଚିତ୍ରରେ ଏକ ସ୍ୱତନ୍ତ୍ର ସ୍ଥାନ ଅଧିକାର କରିପାରିଛି। ବ୍ରହ୍ମପୁରକୁ ଏକ ଆଦର୍ଶ ସହର ଭାବେ ଗଢ଼ିତୋଳିବା ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ସହର ପାଇଁ ୪୨କୋଟି ଟଙ୍କା ବ୍ୟୟରେ ଏକ ବର୍ଜ୍ୟବସ୍ତୁ ପରିଚାଳନା କେନ୍ଦ୍ର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଂଚିଛି। ସେହିପରି ସହରର ଟ୍ରାଫିକ ନିୟନ୍ତ୍ରଣ ପାଇଁ ରିଙ୍ଗ ରୋଡ୍ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ବ୍ରହ୍ମପୁରରେ ଅତ୍ୟାଧୁନିକ ସୁବିଧା ଥିବା ଏକ ଷ୍ଟାଡ଼ିୟମର ନିର୍ମାଣ କାର୍ଯ୍ୟ ମଧ୍ୟ ଚାଲିଛି।

ଏହି ଜଳାଶୟର ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ଉଦଘାଟନୀ ଉତ୍ସବରେ ଚିତାକର୍ଷକ ଆତସବାଜି, ଶିବତାଣ୍ଡବ ସ୍ତୋତ୍ରର ତାଳେତାଳେ ଲେଜର ଲାଇଟ୍ ପ୍ରଦର୍ଶନୀ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସାଂସଦ ଚନ୍ଦ୍ରଶେଖର ସାହୁଙ୍କ ସମେତ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ,ବିକ୍ରମ ପଣ୍ଡା ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ ପ୍ରମୁଖ ସାମିଲ ହୋଇଥିଲେ।

Related story