ଯାଜପୁର (ଅଭିୟ ପତି): ଯାଜପୁର ଜିଲ୍ଲା ଦଶରଥପୁର ଅଞ୍ଚଳର ଜଣେ ନେତାଙ୍କ ବିରୋଧରେ ଦୁଷ୍କର୍ମ ଅଭିଯୋଗ ହୋଇଛି। ତାଙ୍କ ନାଁ ଦାମୋଦର ରାଉତ। ତାଙ୍କ ସ୍ତ୍ରୀ ଜିଲ୍ଲା ପରିଷଦ ସଭ୍ୟ ଅଛନ୍ତି।
ପୀଡ଼ିତା ଜଣଙ୍କ ଅଭିଯୋଗ କରିଛନ୍ତି ଯେ, ଗତ ୨୪ ତାରିଖ ସନ୍ଧ୍ୟାରେ ସେ ଧୂପ ଦେବାକୁ ଯାଉଥିବା ବେଳେ ଦାମୋଦର ତାଙ୍କୁ ଘରୁ ଉଠାଇ ନେଇ ଦୁଷ୍କର୍ମ କରିଥିଲେ। ଏ ସଂପର୍କରେ ମଙ୍ଗଳପୁର ଥାନାରେ ଏତଲା ଦିଆଯାଇଥିଲା। ତେବେ ସେ ପ୍ରଭାବଶାଳୀ ବ୍ୟକ୍ତି ହୋଇଥିବାରୁ ପୁଲିସ୍ ତାଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁ ନାହିଁ।
ସ୍ଥାନୀୟ ଥାନା କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାରୁ ପୀଡ଼ିତା ଯାଜପୁର ଏସ୍ପିଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ଏ ନେଇ ଯାଜପୁର ଅତିରିକ୍ତ ଏସ୍ପି ଅକ୍ଷୟ କୁମାର ଦାସ କହିଛନ୍ତି, ତଦନ୍ତ କରାଯାଇ ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।
ତେବେ ଦୁଇ ପରିବାର ମଧ୍ୟରେ ପୂର୍ବରୁ ଶତ୍ରୁତା ଲାଗି ରହିଥିବା କଥା ମଧ୍ୟ ପୁଲିସ୍ କହିଛି।
ଅନ୍ୟପକ୍ଷରେ ଏ ଘଟଣା ନେଇ ଦାମୋଦର ରାଉତଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।
Crime
୮ ବର୍ଷ ତଳେ ଗିରଫ ହୋଇଥିଲେ, ତଥାପି ସୁଧୁରିଲେନି; ପୁଣି ଲାଞ୍ଚ ନେଇ ବନ୍ଧା ହେଲେ
ଲାଞ୍ଚ ନେଇ ଧରାପଡ଼ିବା ପରେ ଏଆରଆଇ ଶ୍ରୀ ବେହେରାଙ୍କ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।
Crime
ମିଛ ଚିଠି ଦେଖାଇଥିଲେ, ଭାଙ୍ଗିପାରେ ବୈକୁଣ୍ଠଧାମ ଆଶ୍ରମ
ଭୁବନେଶ୍ୱର ଘାଟିକିଆ ମୌଜାର ଖାତା ନଂ 2333ର ପ୍ଲଟ ନଂ 1215 ଉପରେଥିବା ବୈକୁଣ୍ଠ ଧାମ ଆଶ୍ରମର ନିର୍ମାଣ ହୋଇଛି। ଏହା ଉପରେ କୌଣସି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ନକରିବାକୁ ଗତ ନଭେମ୍ବର ମାସ 21 ତାରିଖରେ ହାଇକୋର୍ଟ ଅନ୍ତରୀଣ ନିର୍ଦ୍ଦେଶ ଜାରୀ କରିଥିଲେ।