ପୁରୀ : ହାଇଦ୍ରାବାଦର ଗଣ ଦୁଷ୍କର୍ମ ଘଟଣା ସାରା ଦେଶକୁ ଦୋହଲାଇଦେଇଥିଲା ବେଳେ ଏବେ ପୁରୀରୁ ସେମିତି ଏକ ଛାତିଥରା ଘଟଣା ଆସିଛି। ନାରୀ ନିର୍ଯାତନା ଓ ଦୁଷ୍କର୍ମକାରୀଙ୍କୁ ଫାଶୀ ନେଇ ସମଗ୍ର ଦେଶ କମ୍ପମାନ କରୁଥିବା ବେଳେ ଯୌନ ପିପାସୁମାନଙ୍କର କୌଣସି ଫରକ ପଡ଼ିନି।
ପର୍ଯ୍ୟଟନ ସହର ପୁରୀରେ ଲଜ୍ଜା ଜନକ ଖବର ଆସିଛି। ଯୁବତୀଙ୍କ ସହ ଗଣଦୁଷ୍କର୍ମ ଭଳି ଚାଞ୍ଚଲ୍ୟକର ଅଭିଯୋଗ ଆସିଛି। ଝାଡ଼େଶ୍ୱରୀ କ୍ଲବ୍ ନିକଟ କ୍ୱାର୍ଟର୍ସରେ ଏହି ଜଘନ୍ୟକାଣ୍ଡ ଘଟିଥିବା ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ ଯୁବତୀ ଜଣକ ନିମାପଡ଼ା ବସ୍ଷ୍ଟାଣ୍ଡରେ କାକଟପୁର ଅଞ୍ଚଳକୁ ଯିବା ପାଇଁ ଅପେକ୍ଷାରେ ଥିଲେ। ଏହି ସମୟରେ ୪ ଜଣ ଯୁବକ ପୁଲିସ ପରିଚୟ ଦେଇ ତାଙ୍କୁ ତାଙ୍କ ଘରେ ଛାଡ଼ିଦେବାକୁ କହି କାର୍ରେ ଝାଡ଼େଶ୍ୱରୀ କ୍ଲବ୍ ନିକଟ କ୍ୱାର୍ଟର୍ସକୁ ନେଇ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ତେବେ ଘଟଣା ସମୟରେ ଜଣଙ୍କ ପର୍ସକୁ ଅକ୍ତିୟାର କରି ନେଇଥିଲେ ଯୁବତୀ। ଏହି ପର୍ସରୁ ଜିତେନ୍ଦ୍ର ସେଠୀ ନାମକ ଜଣେ କନଷ୍ଟେବଲଙ୍କର ଆଇ କାର୍ଡ ମିଳିଥିବା ସୂଚନା ମିଳିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର ଏହା ପ୍ରଥମ ସମାବେଶ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଯୋଗଦେଲେ ସମସ୍ତ ବିଧାୟକ, ସାଂସଦ ଓ ବରିଷ୍ଠ ନେତା। ନାଟକ କରୁଛନ୍ତି କହିଲା ବିଜେପି।
Crime
୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍ପି
ଆଜି ସନ୍ଧ୍ୟା ସୁଦ୍ଧା଼ ପୂରା ଘଟଣା ଉପରୁ ପରଦା ହଟିବ ଓ ଏହି ହତ୍ୟାକାଣ୍ଡ ପଛରେ କେଉଁମାନେ ଅଛନ୍ତି ତଥା ସେମାନଙ୍କ ଉଦ୍ଦେଶ୍ୟ କ’ଣ ତାହା ସର୍ବସମ୍ମୁଖକୁ ଆସିବ ବୋଲି କହିଛନ୍ତି ଏସ୍ପି।
Accident
ଗଛରେ ପିଟିହେଲା ବାଇକ୍, ଆଖି ବୁଜିଲେ ପିଜି ଛାତ୍ର
ୟୁନିଭରସିଟି ପରିସରରେ ଗଛରେ ପିଟିହେଲା ବାଇକ୍। ବାଇକ୍ରୁ ଛିଟିକି ପଡ଼ିଗଲେ ଛାତ୍ର। ଆଉ ଘଟଣାସ୍ଥଳରେ ଚାଲିଗଲା ଜୀବନ।
Crime
ଉଜୁଡ଼ିଗଲା ଫସଲ; ହୃଦଘାତରେ ଟଳି ପଡ଼ିଲେ ଚାଷୀ
ଦାଉ ସାଧିଲା ଅଦିନିଆ ବର୍ଷା । ଉଜୁଡ଼ିଗଲା ଫସଲ। ବର୍ଷ ଯାକର ପରିଶ୍ରମ ପାଣିରେ ପଡ଼ିଲା। ଏହା ଦେଖି ସହ୍ୟ କରିବା କଷ୍ଟକର ହେଲା ଆଉ ଶେଷରେ ହୃଦଘାତରେ ଟଳି ପଡ଼ିଲେ ଚାଷୀ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।