ଧର୍ମଗଡ଼(ଇଙ୍ଗିତ ପଣ୍ଡା): ୧୨ ବର୍ଷ ପରେ ଦୁଷ୍କର୍ମ ମାମଲାରେ ଆସିଲା ରାୟ। ଅଭିଯୁକ୍ତକୁ ୧୦ ବର୍ଷ ଜେଲ ଦଣ୍ଡାଦେଶ ସହିତ ୧୦ ହଜାର ଟଙ୍କା ଜରିମାନା ଶୁଣାଇଛନ୍ତି ଧର୍ମଗଡ ଅତିରିକ୍ତ ଜିଲ୍ଲା ଦୌରାଜଜ୍ ବନ୍ଦନା ମିଶ୍ର।
କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅଞ୍ଚଳର ଜଣେ ଯୁବତୀ ବିଲକୁ ପନିପରିବା ତୋଳିବା ପାଇଁ ଯାଇଥିଲେ। ସେହି ସମୟରେ ବୈଷ୍ଣବ ମାଝି ତାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା। ଏନେଇ ପୀଡ଼ିତାଙ୍କ ପରିବାର ଲୋକେ ଜୟପାଟଣା ଥାନାରେ ଏତଲା ଦେଇଥିଲେ। ଅଭିଯୋଗକୁ ଭିତ୍ତିକରି ପୁଲିସ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଥିଲା।
ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି। ସମସ୍ତ ସାକ୍ଷୀ ଓ ପ୍ରମାଣ ଆଧାରରେ ଏଡିଜେ ରାୟ ଶୁଣାଇଛନ୍ତି। ଅଭିଯୁକ୍ତ ବୈଷ୍ଣବ ମାଝିକୁ ୧୦ ବର୍ଷ ଜେଲଦଣ୍ଡା ସହିତ ୧୦ ହଜାର ଟଙ୍କା ଜରିମାନା କରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଆଜିଠୁ ରତ୍ନଭଣ୍ଡାର ମରାମତି କାମ ସ୍ଥଗିତ, ୧୬ରୁ ପୁଣି ଚାଲିବ
ଆସନ୍ତା ୧୬ ତାରିଖଠାରୁ ପୁଣିଥରେ ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ରତ୍ନଭଣ୍ଡାର ମରାମତି ଆରମ୍ଭ ହେବ।
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।