କଟକ (ଓଡ଼ିଶା ରିପୋର୍ଟର): କଟକ ନାବାଳିକା ଦୁଷ୍କର୍ମ ମାମଲାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ଓ ୧୦ ହଜାର ଟଙ୍କା ଜରିମାନାରେ ଦଣ୍ଡିତ କରିଛନ୍ତି ପୋକ୍ସ ଅଦାଲତ। ଜରିମାନା ଅର୍ଥ ଅନାଦେୟ ହେଲେ ଅତିରିକ୍ତ ୬ ମାସ ଜେଲ୍ ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି ଅଦାଲତ ରାୟରେ ଶୁଣାଇଛନ୍ତି।
୨୦୧୯ ମସିହା ଏପ୍ରିଲ ୨୯ ତାରିଖରେ କଟକ ଲାଲବାଗ ଥାନା ଅଞ୍ଚଳରେ ନାବାଳିକା ଜଣକ ଅଙ୍ଗନବାଡ଼ି ଯାଇଥିଲେ। ସେ ଅଙ୍ଗନବାଡ଼ିରୁ ଘରକୁ ଫେରୁଥିବା ବେଳେ ଅଭିଯୁକ୍ତ ଦେବେନ୍ଦ୍ର ସାମଲ ଓରଫ ଫେଲୁ ଚକଲେଟ୍ ଦେବା ବାହାନାରେ ଡାକି ନେଇଥିଲା। ପରେ ତାକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା।
ଏନେଇ ପରିବାର ଲୋକେ ଅଭିଯୋଗ କରିବା ପରେ ପୁଲିସ ଦେବେନ୍ଦ୍ର ସାମଲକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଆଜି ଏହି ମାମଲାର ରାୟ ପ୍ରକାଶ ପାଇଛି। କଟକ ପୋକ୍ସ ଅଦାଲତ ମାମଲାକୁ ବିଚାର କରି ସାକ୍ଷୀଙ୍କ ବୟାନ୍ ଓ ପ୍ରମାଣ ଆଧାରରେ ଅଭିଯୁକ୍ତ ଫେଲୁକୁ ୨୦ ବର୍ଷ ଜେଲ୍ଦଣ୍ଡା ଦେଶ ସହ ଜରିମାନା ଶୁଣାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।