ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରୀୟ ସ୍ୱଂୟ ସେବକ ସଂଘର ମୁଖ୍ୟ ମୋହନ ଭାଗବତ। ସେ ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଆର୍ଏସ୍ଏସ୍ର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳରେ ଯୋଗଦେବେ। ପୂର୍ବକ୍ଷେତ୍ର ପାଇଁ ଉଦ୍ଧିଷ୍ଟ ଏହି ବୈଠକ ଆସନ୍ତାକାଲି ଓ ତା’ପର ଦିନ ଅନୁଷ୍ଠିତ ହେବ। ଏଥିରେ ଆରଏସଏସ ମୁଖ୍ୟ ସର କାର୍ଯ୍ୟବାହ ସୁରେଶ ଯୋଶୀ ମଧ୍ୟ ଯୋଗଦେବାର ରହିଛି।
ପଶ୍ଚିମବଙ୍ଗ, ଓଡ଼ିଶା, ଆଣ୍ଡାମାନ ଓ ନିକୋବର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳର ୩୫ ଜଣ ସଦସ୍ୟମାନେ ଏହି ବୈଠକରେ ଭାଗ ନେବେ। ଏଥିରେ କୋଭିଡ୍-୧୯ ମହମାରୀ ସମୟରେ ସ୍ୱୟଂସେବକଙ୍କ ଦ୍ୱାରା କରାଯାଇଥିବା ସେବା କାର୍ଯ୍ୟର ଆଲୋଚନା ଓ ସମୀକ୍ଷା କରାଯିବ। ଏହାସହ କରୋନାରେ ପ୍ରଭାବିତ ଜନଜୀବନ, ଶିକ୍ଷା, ସ୍ୱାସ୍ଥ୍ୟ, ଆତ୍ମନିର୍ଭରଶୀଳତା ଉପରେ ମଧ୍ୟ ବିସ୍ତୃତ ଆଲୋଚନା ହେବା କାର୍ଯ୍ୟକ୍ରମ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।