ପାଟଣାଗଡ: ରାଜ୍ୟ ସରକାର ସବୁ ଗାଁକୁ ଗମନାଗମନ ସୁବିଧା ଲାଗି ରାସ୍ତା ନିର୍ମାଣ କରୁଛନ୍ତି । ମାତ୍ର ଠିକାଦାରଙ୍କ ମନମୁଖୀ କାର୍ଯ୍ୟ ଓ ପ୍ରଶାସନିକ ଅପାରଗତାରୁ ରାସ୍ତା ଥାଇ ମଧ୍ୟ ବଲାଙ୍ଗିର ଜିଲ୍ଲା ପାଟଣାଗଡ ବ୍ଲକ ଲରମଭା ପଞ୍ଚାୟତ ଖୁରସେଲ ଅଞ୍ଚଳର ୧୫ ଖଣ୍ଡ ଗାଁର ଲୋକେ ଯାତାୟାତରେ ସମସ୍ୟା ଭୋଗୁଛନ୍ତି । । ପାଇପ ବିଛାଇବା ପାଇଁ ଠିକାଦାର ଖୁରସେଲ ଗାଁ ଦେଇ ଯାଇଥିବା ରାସ୍ତାପାର୍ଶ୍ୱକୁ ଖୋଳି ରାସ୍ତା ଉପରେ ମାଟି ପକାଇ ରଖିଛନ୍ତି । ପ୍ରାୟ ୩ କି.ମି. ପର୍ଯ୍ୟନ୍ତ ଏପରି ମାଟି ପଡିଛି । ଫଳରେ ଯାତାୟାତରେ ସମସ୍ୟା ହେଉଛି । ସ୍ଥିତି ଏପରି ହୋଇଛି ଯେ, ଚାରିଚକିଆ ଗାଡି ଛାଡନ୍ତୁ ଚାଲିକରି ଯିବା ମଧ୍ୟ ସମ୍ଭବ ହେଉନାହିଁ । ଏ ନେଇ ପାଟଣାଗଡ ଉପଜିଲ୍ଲାପାଳ ଶରତ ଚନ୍ଦ୍ର ପଣ୍ଡାଙ୍କୁ ଯୋଗାଯୋଗ କରାଯିବାରେ ସେ କହିଛନ୍ତି ଆରଡବ୍ଲ୍ୟୁଏସଏସ ଯନ୍ତ୍ରୀଙ୍କ ସହ ଆଲୋଚନା କରି ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବି । ଲୋକେ ଅସୁବିଧାରେ ପଡିଲା ଭଳି କିଛି କାମକୁ ବରଦାସ୍ତ କରାଯିବ ନାହିଁ ବୋଲି ସେ ଜଣାଇଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ପୁଅ ଜନ୍ମ ଦିନକୁ ଖାସ କରିବାକୁ ପ୍ରୟାସ, ଆୟୋଜନ କଲେ ରକ୍ତଦାନ ଶିବିର
ସବୁ ବାପାମା’ ନିଜ ପିଲାଙ୍କ ଜନ୍ମ ଦିନକୁ ଧୁମଧାମରେ ପାଳନ କରିଥାନ୍ତି। ଏଥିପାଇଁ କିଏ ବଡ଼ ପାର୍ଟିର ଆୟୋଜନ କରିଥାଏ ତ କିଏ ବନ୍ଧୁବାନ୍ଧବଙ୍କୁ ଭୋଜି ଭାତରେ ଆପାୟିତ କରି ଖୁସି ହୋଇଥାଏ।
Crime
୬ ମାସ ଶିଶୁପୁତ୍ରର ସନ୍ଦେହଜନକ ମୃତ୍ୟୁ; ବାପାମା’ ହତ୍ୟା କରିଥିବା ଅଭିଯୋଗ
ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।
Crime
କେରଳରୁ ବନ୍ଧା ହେଲେ ଅଭିଯୁକ୍ତ, ବର୍ଷେ ତଳେ ପତ୍ନୀଙ୍କୁ ହାଣି ଫେରାର ହୋଇଥିଲେ
ବର୍ଷେ ତଳେ ବ୍ରହ୍ମପୁର ସହରରେ ଅତି ନିର୍ମମ ଭାବେ ପତ୍ନୀଙ୍କୁ ହତ୍ୟା କରିଥିଲେ। ଏହାପରେ ଫେରାର ହୋଇ ଯାଇଥିଲେ ଅଭିଯୁକ୍ତ। ମାତ୍ର ବର୍ଷେ ପରେ ପୁଲିସ୍ ଜାଲରେ ପଡ଼ିଛନ୍ତି ଅଭିଯୁକ୍ତ।
Crime
କୋଟିପତି ଉପଜିଲ୍ଲାପାଳଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଥିଲା
Accident
ନିଜ ବିଲକୁ ଯାଇଥିଲେ ଚାଷୀ, ମାରିଲା କରେଣ୍ଟ
ପାଚିଲା ଧାନ ଦେଖିବାକୁ ନିଜ ବିଲକୁ ଯାଇଥିଲେ ଚାଷୀ। ମାତ୍ର ଘଟିଗଲା ଅଘଟଣ । ପଡ଼ୋଶୀଙ୍କ ତାର ବାଡ଼ରେ ହାତ ପଡ଼ିଯିବାରୁ ମାରିଲା କରେଣ୍ଟ ଓ ସେଠାରେ ହିଁ ସେ ଟଳି ପଡ଼ିଲେ।