ପୁରୀ(ମଧୁସୂଦନ ମିଶ୍ର): ଶ୍ରୀକ୍ଷେତ୍ରରେ ରଥଯାତ୍ରା ସୁରୁଖୁରରେ ସମ୍ପାଦନ ପାଇଁ ଆଜି ଶେଷ ସମନ୍ୱୟ ବୈଠକ ବସିବ। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଆଇନମନ୍ତ୍ରୀ, ରାଜସ୍ୱମନ୍ତ୍ରୀ, ନଗର ଉନ୍ନୟନ ମନ୍ତ୍ରୀ, ପଞ୍ଚାୟତିରାଜ ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ ଓ ସାଂସଦ ଯୋଗଦେବେ। ବୈଠକରେ ବରିଷ୍ଠ ପୁଲିସ ଅଧିକାରୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ ଓ ସମସ୍ତ ବିଭାଗୀୟ ଅଧିକାରୀମାନେ ଯୋଗଦେଇ ନିଜ ନିଜ ବିଭାଗର ଅଗ୍ରଗତି ସମ୍ପର୍କରେ ସବିଶେଷ ତଥ୍ୟ ଉପସ୍ଥାପନ କରିବେ।
ବୈଠକରେ ରଥ ନିର୍ମାଣ ଠାରୁ ଆରମ୍ଭ କରି ଘୋଷଯାତ୍ରାର ନୀତିକାନ୍ତି ଓ ପୁରୀର ସାମଗ୍ରିକ ସମସ୍ୟା ସମ୍ପର୍କରେ ଆଲୋଚନା କରାଯିବ। ପୂର୍ବରୁ ତିନିଟି ସମନ୍ୱୟ ବୈଠକ ଶେଷ ହୋଇଛି। ଗତ ୧୩ ତାରିଖରେ ହୋଇଥିବା ତୃତୀୟ ସମନ୍ୱୟ ବୈଠକରେ ୨୫ତାରିଖ ସୁ୍ଦ୍ଧା ସବୁ ବିଭାଗ ପ୍ରସ୍ତୁତ ରହିବା ସହ ନିଜ ନିଜର ଦାୟିତ୍ୱ ଶେଷ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।