ନୂଆଦିଲ୍ଲ/ଭୁବନେଶ୍ୱର: ରାଜଧାନୀ ଦିଲ୍ଲୀରେ ଥିବା ହୌଜ୍ ଖାସ୍ସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରଥ ଉପରେ ଛେରାପହଁରା କରିଥିଲେ। ରଥରେ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରିବା ପରେ ଶ୍ରୀ ପ୍ରଧାନ ସେଠାରେ ଉପସ୍ଥିତ ଜଗନ୍ନାଥପ୍ରେମୀଙ୍କୁ ସମ୍ବୋଧନ କରିଥିଲେ।
ଏହି ଅବସରରେ ଶ୍ରୀ ପ୍ରଧାନ ମହାପ୍ରଭୁଙ୍କ ଏହି ମହାପର୍ବରେ ସାମିଲ ହୋଇଥିବା ସମସ୍ତ ଭକ୍ତଗଣଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତିା ଅନ୍ୟମାନଙ୍କ ମଧ୍ୟରେ ଓଡିଶା ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ ସାମିଲ ହୋଇଥିଲେ। ମୁଖ୍ୟତଃ ହୌଜ୍ ଖାସ୍ସ୍ଥିତ ଜଗନ୍ନାଥ ମନ୍ଦିରର ରାଥଯାତ୍ରା ଦିଲ୍ଲୀରେ ଏକ ସ୍ୱତନ୍ତ୍ର ମର୍ଯ୍ୟାଦା ବହନ କରି ଆସିଛି।
ଏହି ରଥଯାତ୍ରାକୁ ଦେଖିବା ପାଇଁ ପ୍ରବଳ ଭକ୍ତଙ୍କ ଭିଡ଼ ଜମିଥିଲା। ହଜାର ହଜାର ଭକ୍ତଙ୍କ ହରିବୋଲ, ହୁଳହୁଳି, ଶଙ୍ଖ, ଘଣ୍ଟ ଧ୍ୱନି ମଧ୍ୟରେ ସମଗ୍ର ମନ୍ଦିର ପ୍ରକମ୍ପିତ ହୋଇଥିଲା। ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବା ପାଇଁ ସ୍ଥାନୀୟ ପୁଲିସ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ନୂଆ ବର୍ଷରୁ ଶ୍ରୀମନ୍ଦିରରେ ଧାଡ଼ି ଦର୍ଶନ, ଖୁବ୍ ଶୀଘ୍ର ହେବ ପରୀକ୍ଷାମୂଳକ ବ୍ୟବସ୍ଥା
ବର୍ଷ ଆରମ୍ଭରୁ ଶ୍ରୀମନ୍ଦିରରେ ଆରମ୍ଭ ହେବ ଧାଡ଼ି ଦର୍ଶନ ପ୍ରକ୍ରିୟା। ଏହା ପୂର୍ବରୁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଆସନ୍ତା ୨୮ କିମ୍ବା ୨୯ ତାରିଖରେ ପରୀକ୍ଷାମୂଳକ ବ୍ୟବସ୍ଥା କରାଯିବ ।
Crime
ବିଲରେ ଧାନ ଗଜା ଦେଖି ସହି ପାରୁନି ଚାଷୀ; ଜଣେ ଝୁଲି ପଡ଼ିଲେ, ଜଣେ ଟଳିପଡ଼ିଲେ
ଦୁଇ ଦିନ ହେଲା ବର୍ଷା ଯୋଗୁ ବିଲରେ ପାଚିଲା ଧାନ ଗଜା ହେଲାଣି। ଓଦା ଧାନକୁ ଦେଖି ଚାଷୀର ଆଖି ବି ଓଦା ହୋଇ ଯାଉଛି।
Crime
ବିବାହିତ ହୋଇ ବି ପାଲଟିଥିଲେ ପ୍ରେମ ପକ୍ଷୀ; ଦେଖାଦେଲା ଝଡ଼, ମିଳିଲା ଝୁଲନ୍ତା ମୃତଦେହ
ଘର ସଂସାର ଥାଇ ବି ଅନ୍ୟ ପ୍ରେମରେ ହେଉଥିଲେ ମତୁଆଲା। ମାତ୍ର ଦୁନିଆ ଏହି କଳଙ୍କିତ ପ୍ରେମକୁ ଗ୍ରହଣ କରି ନ ଥିଲା। ଫଳରେ ଉଭୟ ଫେରାର ହୋଇ ଯାଇଥିଲେ। ଆଉ ଫେରାର ହେବାର ପ୍ରାୟ ସପ୍ତାହେ ପରେ ମିଳିଛି ଉଭୟଙ୍କ ଝୁଲନ୍ତା ମୃତଦେହ।
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।