ଦିଲ୍ଲୀ ଜଗନ୍ନାଥ ମନ୍ଦିରରେ ଛେରା ପହଁରା କଲେ ଧର୍ମେନ୍ଦ୍ର

ନୂଆଦିଲ୍ଲ/ଭୁବନେଶ୍ୱର: ରାଜଧାନୀ ଦିଲ୍ଲୀରେ ଥିବା ହୌଜ୍‌ ଖାସ୍‌ସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରଥ ଉପରେ ଛେରାପହଁରା କରିଥିଲେ। ରଥରେ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରିବା ପରେ ଶ୍ରୀ ପ୍ରଧାନ ସେଠାରେ ଉପସ୍ଥିତ ଜଗନ୍ନାଥପ୍ରେମୀଙ୍କୁ ସମ୍ବୋଧନ କରିଥିଲେ। ଏହି ଅବସରରେ ଶ୍ରୀ ପ୍ରଧାନ ମହାପ୍ରଭୁଙ୍କ ଏହି ମହାପର୍ବରେ ସାମିଲ ହୋଇଥିବା ସମସ୍ତ ଭକ୍ତଗଣଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତିା ଅନ୍ୟମାନଙ୍କ ମଧ୍ୟରେ ଓଡିଶା ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ ସାମିଲ ହୋଇଥିଲେ। […]

dh

Tapas Behera
  • Published: Thursday, 04 July 2019
  • , Updated: 04 July 2019, 08:47 PM IST

ନୂଆଦିଲ୍ଲ/ଭୁବନେଶ୍ୱର: ରାଜଧାନୀ ଦିଲ୍ଲୀରେ ଥିବା ହୌଜ୍‌ ଖାସ୍‌ସ୍ଥିତ ଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରଥ ଉପରେ ଛେରାପହଁରା କରିଥିଲେ। ରଥରେ ଚତୁର୍ଦ୍ଧାମୂରତିଙ୍କୁ ଦର୍ଶନ କରିବା ପରେ ଶ୍ରୀ ପ୍ରଧାନ ସେଠାରେ ଉପସ୍ଥିତ ଜଗନ୍ନାଥପ୍ରେମୀଙ୍କୁ ସମ୍ବୋଧନ କରିଥିଲେ।

ଏହି ଅବସରରେ ଶ୍ରୀ ପ୍ରଧାନ ମହାପ୍ରଭୁଙ୍କ ଏହି ମହାପର୍ବରେ ସାମିଲ ହୋଇଥିବା ସମସ୍ତ ଭକ୍ତଗଣଙ୍କୁ କୃତଜ୍ଞତା ଜ୍ଞାପନ କରିଛନ୍ତିା ଅନ୍ୟମାନଙ୍କ ମଧ୍ୟରେ ଓଡିଶା ବିଜେପିର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନ ସାମିଲ ହୋଇଥିଲେ। ମୁଖ୍ୟତଃ ହୌଜ୍‌ ଖାସ୍‌ସ୍ଥିତ ଜଗନ୍ନାଥ ମନ୍ଦିରର ରାଥଯାତ୍ରା ଦିଲ୍ଲୀରେ ଏକ ସ୍ୱତନ୍ତ୍ର ମର୍ଯ୍ୟାଦା ବହନ କରି ଆସିଛି।

ଏହି ରଥଯାତ୍ରାକୁ ଦେଖିବା ପାଇଁ ପ୍ରବଳ ଭକ୍ତଙ୍କ ଭିଡ଼ ଜମିଥିଲା। ହଜାର ହଜାର ଭକ୍ତଙ୍କ ହରିବୋଲ, ହୁଳହୁଳି, ଶଙ୍ଖ, ଘଣ୍ଟ ଧ୍ୱନି ମଧ୍ୟରେ ସମଗ୍ର ମନ୍ଦିର ପ୍ରକମ୍ପିତ ହୋଇଥିଲା। ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳାର ସହିତ ସମାପନ କରିବା ପାଇଁ ସ୍ଥାନୀୟ ପୁଲିସ ପ୍ରଶାସନ ପକ୍ଷରୁ  ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଇଥିଲା।

Related story