ଖବରକାଗଜ ବୋଝେଇ ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା, ୩ ମୃତ, ୫ ଗୁରୁତର

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ରାଜ୍ୟ ରାଜପଥ ଖଲ୍ଲିଗୁଡ଼ା ଗାଁ ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ‘ସମ୍ବାଦ’ ଖବରକାଗଜ ନେଇ ଏକ ବୋଲେରୋ ଜୟପୁରରୁ ରାୟଗଡ଼ା ଆସିଥିଲା। ସେଠାରୁ ଗୁଣୁପୁର ଯିବାବେଳେ ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିଲା। ଆହତ […]

rayagada

Rakesh Mallick
  • Published: Wednesday, 19 October 2016
  • , Updated: 19 October 2016, 05:04 PM IST

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ରାଜ୍ୟ ରାଜପଥ ଖଲ୍ଲିଗୁଡ଼ା ଗାଁ ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ରାୟଗଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନାଯୋଗ୍ୟ, ‘ସମ୍ବାଦ’ ଖବରକାଗଜ ନେଇ ଏକ ବୋଲେରୋ ଜୟପୁରରୁ ରାୟଗଡ଼ା ଆସିଥିଲା। ସେଠାରୁ ଗୁଣୁପୁର ଯିବାବେଳେ ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିଲା। ଆହତ ୭ ଜଣଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ୨ ଜଣଙ୍କର ମୃତ୍ୟୁ ଘଟିଛି।

Related story