୨୩ରେ ୪୬ଟି ସ୍ଥାନରେ ସାନି ମତଦାନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ବେଳେ ଯେଉଁ ୪୬ଟି ସ୍ଥାନରେ ବିଭିନ୍ନ ପ୍ରକାରର ଗଣ୍ଡଗୋଳ ଯୋଗୁଁ ନିର୍ବାଚନକୁ ବାତିଲ କରାଯାଇଥିବା ସେସବୁ ଭୋଟ୍‌ ଗ୍ରହଣ କେନ୍ଦ୍ରଗୁଡ଼ିକରେ ଆସନ୍ତା ୨୩ ତାରିଖରେ ପୁନଃ ଭୋଟ୍‌ ଗ୍ରହଣ କରିବାକୁ ରାଜ୍ୟ ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି। ସେସବୁ ଭୋଟ୍‌ ଗ୍ରହଣ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ଗ୍ରହଣ କରାଯିବ। ବିଭିନ୍ନ କାରଣ ଯୋଗୁଁ […]

State Election commission

Ordigital Desk
  • Published: Saturday, 19 February 2022
  • , Updated: 19 February 2022, 07:41 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ବେଳେ ଯେଉଁ ୪୬ଟି ସ୍ଥାନରେ ବିଭିନ୍ନ ପ୍ରକାରର ଗଣ୍ଡଗୋଳ ଯୋଗୁଁ ନିର୍ବାଚନକୁ ବାତିଲ କରାଯାଇଥିବା ସେସବୁ ଭୋଟ୍‌ ଗ୍ରହଣ କେନ୍ଦ୍ରଗୁଡ଼ିକରେ ଆସନ୍ତା ୨୩ ତାରିଖରେ ପୁନଃ ଭୋଟ୍‌ ଗ୍ରହଣ କରିବାକୁ ରାଜ୍ୟ ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି। ସେସବୁ ଭୋଟ୍‌ ଗ୍ରହଣ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ସହ ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ମତଦାନ ଗ୍ରହଣ କରାଯିବ।

ବିଭିନ୍ନ କାରଣ ଯୋଗୁଁ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ବେଳେ ୨୬ଟି ଓ ଦ୍ୱିତୀୟ ପର୍ଯ୍ୟାୟରେ ୨୦ଟି ବୁଥ୍‌ରେ ମତଦାନ ବାଧାପ୍ରାପ୍ତ ହୋଇଥିଲା। ଏବେ ଏହି ସବୁ ସ୍ଥାନରେ ସାନି ମତଦାନ ହେବ।

ଭଦ୍ରକ ଜିଲ୍ଲା ଭଦ୍ରକ ବ୍ଲକ୍‌ର ୪ଟି, ବନ୍ତ ବ୍ଲକ୍‌ର ଗୋଟିଏ, ଢେଙ୍କାନାଳ ଜିଲ୍ଲ ଗନ୍ଦିଆ ବ୍ଲକ୍‌ର ୪ଟି, ଯାଜପୁର ଜିଲ୍ଲା ଯାଜପୁର ବ୍ଲକ୍‌ର ୯ଟି, ଧର୍ମଶାଳା ବ୍ଲକ୍‌ର ୩ଟି, ପୁରୀ ଜିଲ୍ଲା ବ୍ରହ୍ମଗିରି ବ୍ଲକ୍‌ର ଗୋଟିଏ, କୃଷ୍ଣପ୍ରସାଦ ବ୍ଲକର ଗୋଟିଏ ଓ କଣାସ ବ୍ଲକ୍‌ର ୩ଟି ମତଦାନ କେନ୍ଦ୍ରରେ ପୁନଃମତଗ୍ରହଣ କରାଯିବ। ବିଭିନ୍ନ କାରଣରୁ ପ୍ରଥମ ପର୍ଯ୍ୟାୟରେ ଏହି ସବୁ ସ୍ଥାନରେ ନିର୍ବାଚନ ବାତିଲ ହୋଇଥିଲା।

ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ବିଭିନ୍ନ କାରଣରୁ ନିର୍ବାଚନ ବାତିଲ ହୋଇଥିବା ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍‌ର ଗୋଟିଏ, ବୌଦ୍ଧ ଜିଲ୍ଲା ବୌଦ୍ଧ ବ୍ଲକ୍‌ର ଗୋଟିଏ, ବଲାଙ୍ଗୀର ଜିଲ୍ଲା ଲୋଇସିଂହା ବ୍ଲକ୍‌ର ଗୋଟିଏ, ଜଗତସିଂହପୁର ଜିଲ୍ଲା ଜଗତସିଂହପୁର ବ୍ଲକ୍‌ର ୩ଟି, ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ୍‌ର ୧୦ଟି, କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ୍‌ର ଗୋଟିଏ ଓ ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ବ୍ଲକ୍‌ର ଗୋଟିଏ ଏବଂ ଶୁଳିଆପଦା ବ୍ଲକ୍‌ର ୨ଟି ସ୍ଥାନରେ ପୁନଃଭୋଟଗ୍ରହଣ କରାଯିବାକୁ ନିର୍ବାଚନ କମିଶନ ନିର୍ଦ୍ଦେଶ ଦେଇଛନ୍ତି ।

Related story