ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟର ୯ଟି ବୁଥ୍ ଆଜି ସାନି ମତଦାନ ଚାଲିଛି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଏହି ସବୁ ବୁଥ୍ରେ ଭୋଟ୍ ଗ୍ରହଣ ବାତିଲ ହୋଇଥିଲା।
ବଣାଇ ବିଧାନସଭା ନିର୍ବାଚନ ମଣ୍ଡଳୀର ୧୨୯ ନମ୍ବର ଉପରପଡ଼ା କେନ୍ଦ୍ରିକେଲା ବୁଥ୍, ସୁନ୍ଦରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀର ୨୧୩ ନମ୍ବର ରଙ୍ଗାଢିପା ବୁଥ୍, ଦଶପଲ୍ଲାର ୨୧୦ ନମ୍ବର ବାହାଡ଼ଝୋଲା ବୁଥ୍ ଓ ୨୨୨ ନମ୍ବର ବେତନଟୀ ବୁଥ୍ରେ ସାନି ମତଦାନ ଚାଲିଛି।
ସେହିପରି ଅତାବିରା ଆସନର ୨୩୫ ନମ୍ବର ଅରେଇଗୁଡ଼ି ବୁଥ୍, ବରଗଡ଼ର ୬୮ ନମ୍ବର ଶକ୍ତିନଗର ବୁଥ୍, ପଦମପୁରର ୧୬ ନମ୍ବର ଡଭା ବୁଥ୍, ବ୍ରଜରାଜନଗରର ୨୫୪ ନମ୍ବର ଚାରମାଳ ବୁଥ୍ ଏବଂ ସୋରଡ଼ାର ୧୮୨ ନମ୍ବର ରେଣ୍ଟି ବୁଥ୍ରେ ସାନି ମତଦାନ ଚାଲିଛି।
ସାନି ମତଦାନ ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ବ୍ୟବସ୍ଥା କରାଯାଇଛି। ବିଭିନ୍ନ କାରଣରୁ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ବେଳେ ଏହି ସବୁ ବୁଥ୍ରେ ମତଦାନ ହୋଇପାରି ନଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଜମୁଛି ଛାଡ଼ଖାଇ ବଜାର, ଆମିଷ ବଜାରରେ ପ୍ରବଳ ଭିଡ଼
ଆଜି ରବିବାର ହୋଇଥିବାରୁ ଆମିଷପ୍ରେମୀଙ୍କ ଭିତରେ ପ୍ରବଳ ଆଗ୍ରହ ଦେଖିବାକୁ ମିଳିଛି। ସକାଳୁ ସକାଳୁ ଆମିଷ ବଜାରରେ ଭିଡ଼ ଜମିଛି।
Accident
ଛାଡ଼ଖାଇରେ ମାଛ ବିକିବାକୁ ବାହାରିଥିଲେ, ଚଢ଼ିଗଲା ଟ୍ରକ୍
ଆଜି ଛାଡ଼ଖାଇ ଥିବାବେଳେ ଭୋରରୁ ସେ ସାଇକେଲ ଯୋଗେ ମାଛ ନେଇ ବିକ୍ରି କରିବାକୁ ଯାଉଥିଲେ । ରାସ୍ତାରେ ଏକ ଟ୍ରକ ତାଙ୍କ ଉପରେ ଚଢିଯାଇଥିଲା ।
Crime
ନିଜ କାର୍ଯ୍ୟାଳୟରେ ବସିଥିଲେ ବିଜେପି ନେତା, ଖଣ୍ଡା ଧରି ମାଡ଼ି ଆସିଲେ ଦୁର୍ବୃତ୍ତ
ନିଜ କାର୍ଯ୍ୟାଳୟରେ ଥିବା ବିଜେପି ନେତାଙ୍କ ଉପରେ ହେଲା ମରଣାନ୍ତକ ଆକ୍ରମଣ। ମାତ୍ର ଖଣ୍ଡା ଚୋଟରୁ ଅଳ୍ପକେ ବର୍ତ୍ତିଗଲେ ବିଜେପିର ତୁଙ୍ଗ ନେତା।
Accident
ଚାଲି ଚାଲି ଯାଉଥିଲେ ଯୁବକ, ପିଟିଦେଲା ଅଜଣା ଗାଡ଼ି
ଚାଲି ଚାଲି ଘରକୁ ଫେରୁଥିଲେ ଯୁବକ। ମାତ୍ର କିଛି ସମୟ ପରେ ଘରେ ପହଞ୍ଚି ବି ଯାଇଥାନ୍ତେ। ମାତ୍ର ବିଧିର ବିଧାନ ଥିଲା କିଛି ଅଲଗା।
Accident
ଗୁପ୍ତେଶ୍ୱର ଯିବାବେଳେ ଓଲଟିଲା ଭ୍ୟାନ୍; ମହିଳା ମୃତ, ୧୩ ଆହତ
ଗଜପତି ଜିଲ୍ଲା ମୋହନା ଥାନା କେନ୍ଦୁଘାଟିରେ ଟୁରିଷ୍ଟ ଭ୍ୟାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୩ ଜଣ ଆହତ ହୋଇଛନ୍ତି ।