ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ମହାମାରୀ ଯୋଗୁ ରାଜ୍ୟରେ ସ୍ଥାବର ସମ୍ପତ୍ତି ବା ଭୂ-ସମ୍ପତ୍ତିର ବଜାର ଦରରେ ଏବେ କୌଣସି ସଂଶୋଧନ କରାଯିବ ନାହିଁ ବୋଲି ରାଜ୍ୟ ସରକାର ସ୍ପଷ୍ଟ କରିଛନ୍ତି। ଆଜି ଏନେଇ ସମସ୍ତ ଜିଲ୍ଲାପାଳ ତଥା ଜିଲ୍ଲା ମୂଲ୍ୟାୟନ କମିଟି ଅଧ୍ୟକ୍ଷଙ୍କୁ ଚିଠି ଲେଖି ରାଜସ୍ୱ ବିଭାଗର ଅତିରିକ୍ତ ସଚିବ ସୁଷମାରାଣୀ ଦେବୀ ଅବଗତ କରିଛନ୍ତି।
ରାଜସ୍ୱ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, କୋଭିଡ-୧୯ ମହାମାରୀ ଭଳି ଅଭାବନୀୟ ପରିସ୍ଥିତି ଯୋଗୁ ସୃଷ୍ଟି ହୋଇଥିବା ଅର୍ଥନୀତିକ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୨୦୨୧ ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ସମସ୍ତ ସ୍ଥାବର ସମ୍ପତ୍ତିର ବଜାର ଦର ସଂଶୋଧନକୁ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାଫଳରେ ଜମିଜମା ରେଜିଷ୍ଟ୍ରି କରୁଥିବା ସାଧାରଣ ଲୋକଙ୍କୁ ସୁଫଳ ମିଳିପାରିବ ବୋଲି ଜିଲ୍ଲାପାଳମାନଙ୍କୁ ସୂଚନା ଦିଆଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ନିଜ ନିଜ ଘରେ ଝୁଲି ପଡ଼ିଲେ ପ୍ରେମୀ ଯୁଗଳ!
ବାଙ୍କୀ ଥାନା ଅନ୍ତର୍ଗତ ଅନୁଆରୀ ପଞ୍ଚାୟତ କୁରୁମଚଇନି ଗାଁର ରଞ୍ଜନ ସେଠ ବାଇଗଣୀ ଗ୍ରାମ କଲ୍ୟାଣୀ ମାଝୀଙ୍କୁ ପ୍ରେମ କରୁଥିଲେ। କଲ୍ୟାଣୀ ମଧ୍ୟ ରଞ୍ଜନଙ୍କୁ ଭଲ ପାଉଥିଲେ। ଉଭୟ ବାହା ହେବା ପାଇଁ କେତେ ସପନ ଦେଖୁଥିଲେ।
Crime
କାଲି ଘରୁ ବାହାରିଥିଲା ପୁଅ, ଆଜି ମିଳିଲା ମୃତଦେହ
କାଲି ରାତିରେ ଘରୁ ବାହାରିଥିଲେ ଯୁବକ। ହେଲେ ଆଉ ଘରକୁ ଫେରିଲେ ନାହିଁ। ଆଜି ସକାଳୁ ଗାଁ ନିକଟରୁ ମିଳିଲା ତାଙ୍କ ରକ୍ତାକ୍ତ ମୃତଦେହ ।
Politics
ମକର ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି
ଆଜି ପବିତ୍ର ମକର ସଂକ୍ରାନ୍ତି। କେନ୍ଦୁଝର ଜିଲ୍ଲାର ଗଣପର୍ବ ହେଉଛି ମକର ସଂକ୍ରାନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲା ପାଟଣାରେ ପହଞ୍ଚି ବୈତରଣୀ ନଦୀରେ ବୁଡ଼ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।