ବଢ଼ିବ ତାପମାତ୍ରା, କମିବ ଶୀତ!

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଗାମୀ ୨୪ ଘଣ୍ଟା ଭିତରେ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରବର୍ତ୍ତୀ ୨ ଦିନ ମଧ୍ୟରେ ରାତିର ତାପମାତ୍ରା ରାଜ୍ୟର ଅନେକ ସ୍ଥାନରେ ୨ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି। ଶୀତର ପ୍ରକୋପ କମିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ୍‌ କରିଛି। ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ କୁହୁଡି ଦେଖାଦେଇପାରେ।  ଆଗାମୀ #୨୪ଘଣ୍ଟା ଯାଏଁ ରାତ୍ରି ତାପମାତ୍ରା ରେ ବିଶେଷ ପରିବର୍ତ୍ତନର […]

Winter

  • Published: Friday, 23 December 2022
  • , Updated: 23 December 2022, 04:57 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଗାମୀ ୨୪ ଘଣ୍ଟା ଭିତରେ ରାତିର ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ପରବର୍ତ୍ତୀ ୨ ଦିନ ମଧ୍ୟରେ ରାତିର ତାପମାତ୍ରା ରାଜ୍ୟର ଅନେକ ସ୍ଥାନରେ ୨ରୁ ୩ ଡ଼ିଗ୍ରୀ ଯାଏଁ ବୃଦ୍ଧି ହେବାର ସମ୍ଭାବନା ରହିଛି। ଶୀତର ପ୍ରକୋପ କମିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଟ୍ୱିଟ୍‌ କରିଛି। ଆସନ୍ତାକାଲି ରାଜ୍ୟର କେତେକ ସ୍ଥାନରେ କୁହୁଡି ଦେଖାଦେଇପାରେ। 

https://twitter.com/mcbbsr/status/1606212493226831872?s=20&t=28TKlhSS8W2wt9_wEnYQ_w

ଅନ୍ୟପକ୍ଷରେ ବଙ୍ଗୋପସାଗରରେ ସକ୍ରିୟ ଅବପାତ ପ୍ରଭାବରେ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟକୁ ପ୍ରବାହିତ ହେଉଛି। ଏଥିପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ତଳକୁ ଖସିଛି। କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିଠାରେ ସର୍ବାଧିକ ୫ ଡ଼ିଗ୍ରୀ ତାପମାତ୍ର ରେକର୍ଡ କରାଯାଇଛି। ସେହିପରି କୋରାପୁଟ ଜିଲ୍ଲାର ସେମିଳିଗୁଡାରେ ୫.୫ ଡ଼ିଗ୍ରୀ, ଫୁଲବାଣୀରେ ୭ ଡିଗ୍ରୀ, କିରେଇରେ ୭.୫ ଡିଗ୍ରୀ, ଚିପିଲିମାରେ ୮.୮ ଡିଗ୍ରୀ, କୋରାପୁଟରେ ୯ ଡିଗ୍ରୀ, ଦାରିଙ୍ଗବାଡ଼ିରେ ୯.୫ ଡିଗ୍ରୀ, ଭବାନୀପାଟଣାରେ ୯.୮ ଡିଗ୍ରୀ, ଅନୁଗୋଳ ଓ ସୁନ୍ଦରଗଡ଼ରେ ତାପମାତ୍ରା ୧୦ ଡିଗ୍ରୀ ରେକର୍ଡ କରାଯାଇଛି। ଟ୍ୱିନ ସିଟି ଭୁବନେଶ୍ୱରକଟକରେ ୧୪ଡ଼ିଗ୍ରୀ ରାତିର ତାପମାତ୍ରା ରେକର୍ଡ କରାଯାଇଛି। 

https://twitter.com/mcbbsr/status/1606149192413388801?s=20&t=28TKlhSS8W2wt9_wEnYQ_w

Related story