Advertisment

ଆଜିଠୁ ରାଜ୍ୟରେ ବଦଳିବ ପାଗ, କମିବ ବର୍ଷାର ପରିମାଣ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବ ଆଜିଠାରୁ ହ୍ରାସ ପାଇବ। ଫଳରେ ରାଜ୍ୟ ତମାମ ଜାରି ରହିଥିବା ବର୍ଷାରେ ଲାଗିବ ସାମାନ୍ୟ ବିରାମ। ପାଗ ବଦଳିବା ସହ ତାପମାତ୍ରା ଧୀରେଧୀରେ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଘୂର୍ଣ୍ଣିବଳୟ ପ୍ରଭାବ କମିବାର ଥିଲେ ହେଁ  ଆଜି ଉତ୍ତର ଓଡ଼ିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର […]

ଅଦ୍ୟତନ ହୋଇଛି
ଆଜିଠୁ ରାଜ୍ୟରେ ବଦଳିବ ପାଗ, କମିବ ବର୍ଷାର ପରିମାଣ

Rain

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବ ଆଜିଠାରୁ ହ୍ରାସ ପାଇବ। ଫଳରେ ରାଜ୍ୟ ତମାମ ଜାରି ରହିଥିବା ବର୍ଷାରେ ଲାଗିବ ସାମାନ୍ୟ ବିରାମ। ପାଗ ବଦଳିବା ସହ ତାପମାତ୍ରା ଧୀରେଧୀରେ ବୃଦ୍ଧି ପାଇବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

Advertisment

କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଘୂର୍ଣ୍ଣିବଳୟ ପ୍ରଭାବ କମିବାର ଥିଲେ ହେଁ  ଆଜି ଉତ୍ତର ଓଡ଼ିଶାରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର ଓ ଝାରସୁଗୁଡ଼ାରେ ପ୍ରବଳ ବର୍ଷାର ମଧ୍ୟ ଆଶଙ୍କା ରହିଛି।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍ଆର୍ ବିଶ୍ୱାସ କହିଛନ୍ତି, ୨୬ତାରିଖରେ ରାଜ୍ୟରେ ବିଶେଷ ବର୍ଷା ହେବାର ସମ୍ଭାବନା ନାହିଁ। କାଁଭାଁ କିଛି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ୨୭ ତାରିଖରେ କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।  ୨୮ ତାରିଖରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବ। ଦିନର ତାପାମାତ୍ରା ମଧ୍ୟ ଧୀରେଧୀରେ ବଢ଼ିବ ବୋଲି ସେ କହିଛନ୍ତି।

Advertisment

ଅନ୍ୟପକ୍ଷରେ ପାଣିପାଗ କେନ୍ଦ୍ର ଅଗଷ୍ଟ ମାସର ପ୍ରଥମ ୨୪ ଦିନରେ ରାଜ୍ୟରେ କେତେ ବର୍ଷା ହୋଇଛି, ତା’ର ସୂଚନା ମଧ୍ୟ ଦିଆଯାଇଛି। ଚଳିତ ମାସର ପ୍ରଥମ ଦିନରେ ରାଜ୍ୟରେ ୪୪୪.୫ ମିମି ବର୍ଷା ରେକର୍ଡ କରାଯାଇଛି। ସେହିପରି ଜୁନ ମାସ ଆରମ୍ଭରୁ ଅଗଷ୍ଟ ୨୪ ମଧ୍ୟରେ ରାଜ୍ୟରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି।

ଏହି ସମୟରେ ସାଧାରଣତଃ  ୮୩୮.୮ ମିମି ବର୍ଷା ହୋଇଥାଏ। କିନ୍ତୁ ଚଳିତ ବର୍ଷ ୯୫୨.୬ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୧୪ ପ୍ରତିଶତ ଅଧିକ।

ଏହି ସମୟ ସମୟ ସୀମା ମଧ୍ୟରେ କନ୍ଧମାଳରେ ଅତ୍ୟଧିକ ବର୍ଷା ହୋଇଛି। ଏଠାରେ ଅତିରିକ୍ତି ୬୮%  ବର୍ଷା ହୋଇଥିବା ରେକର୍ଡ କରାଯାଇଛି। ଏହାବାଦ ଦେବଗଡ଼, ଢେଙ୍କାନାଳ, ନୟାଗଡ଼, ବୌଦ୍ଧ, କୋରାପୁଟ, ରାୟଗଡ଼ା ଓ ଗଜପତିରେ ଭଳି ୭ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଛି। ବାକି ୨୩ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଚଳିତ ମାସରେ ଅତ୍ୟଧିକ ବର୍ଷା ହୋଇଥିବାରୁ ଉପକୂଳ ଠାରୁ ଆରମ୍ଭ କରି ପଶ୍ଚିମ ଓଡ଼ିଶାରେ ବନ୍ୟା ପରିସ୍ଥିତି ଦେଖାଯାଇଥିଲା। ବନ୍ୟା ସ୍ଥିତିରେ ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଏବେ ବି ଲକ୍ଷାଧିକ ଲୋକ ଜଳବନ୍ଦୀ ହୋଇ ରହିଛନ୍ତି। ବିଶେଷ କରି ପଶ୍ଚିମ ଓଡ଼ିଶାର ସ୍ଥିତି ଅଧିକ ସଂଗୀନ ହୋଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe