ଆହୁରି ନିର୍ଧୁମ ଛେଚିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆହୁରି ନିର୍ଧୂମ ବର୍ଷା ହେବ। ରାଜ୍ୟର ପ୍ରାୟ ୨୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମ୍ଭାବ୍ୟ ବର୍ଷାର ପରିମାଣକୁ ଦେଖି ୧୨ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ କରାଯାଇଥିବା ବେଳେ ୧୧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଉଭୟ ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଏସବୁ ଜିଲ୍ଲାର ପାହାଡ଼ିଆ […]

heavy-rain

Manoranjan Sial
  • Published: Wednesday, 26 August 2020
  • , Updated: 26 August 2020, 08:01 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆହୁରି ନିର୍ଧୂମ ବର୍ଷା ହେବ। ରାଜ୍ୟର ପ୍ରାୟ ୨୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ସମ୍ଭାବ୍ୟ ବର୍ଷାର ପରିମାଣକୁ ଦେଖି ୧୨ ଜିଲ୍ଲା ପାଇଁ ରେଡ୍‌ ୱାର୍ଣ୍ଣିଂ କରାଯାଇଥିବା ବେଳେ ୧୧ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଉଭୟ ରେଡ୍ ଓ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଏସବୁ ଜିଲ୍ଲାର ପାହାଡ଼ିଆ ଅଞ୍ଚଳରେ ଭୁ-ସ୍ଖଳନ ସହ ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହେବାର ଆଶଙ୍କା ରହିଛି।

ସେହିପରି କଚ୍ଚା ରାସ୍ତା ମଧ୍ୟ ପ୍ରଭାବିତ ହୋଇପାରେ ବୋଲି କହିଛି ପାଣିପାଗ ବିଭାଗ। ଏସବୁ ବାଦ ବଳକା ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ପ୍ରସ୍ତୁତ ରହିବାକୁ ସତର୍କ କରିଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ଟି ସ୍ଥାନ ଯଥା କେନ୍ଦ୍ରାପଡ଼ା ଜିଲ୍ଲାର ମାର୍ଶାଘାଇରେ ସର୍ବାଧିକ ୨୩୪ ଦଶମିକ ଶୂନ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା ବେଳେ କେନ୍ଦୁଝର ଜିଲ୍ଲା ଚମ୍ପୁଆରେ ୨୧୦, ମୟୂରଭଞ୍ଜ ଜିଲ୍ଲା ବାରିପଦାରେ ୨୦୬ ଓ ବୌଦ୍ଧରେ ୨୦୮ ଦଶମିକ ୨ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବା କହିଛି ପାଣିପାଗ ବିଭାଗ।

Related story