କାଲିଠୁ ତାତିରୁ ମିଳିବ ତ୍ରାହି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଯାଇଛି। ମଙ୍ଗଳବାର ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସରୁ ଅଧିକ ରହିଥିଲା। ସେହିପରି ବୁଧବାର (ଗତକାଲି) ୧୩ଟି ସହରର ତାପମାତ୍ରା ୪୧ ଡିଗ୍ରୀ ସେଲ୍‌ସିୟସରୁ ଅଧିକ ରହିଥିଲା। ଗତକାଲି ଭୁବନେଶ୍ୱରରେ ତାପମାତ୍ର ୪୪ ଡିଗ୍ରୀ ଟପିଯାଇଥିବା ବେଳେ ମଙ୍ଗଳବାର ବାରିପଦାରେ ୪୪.୬ ଡିଗ୍ରୀ ରେକର୍ଡ କରାଯାଇଥିଲା। ତେଣୁ ଲୋକେ ତ୍ରାହି ତ୍ରାହି ଡାକୁଥିବା ବେଳେ ଆସନ୍ତାକାଲି (ଶୁକ୍ରବାର) ଠାରୁ କିଛି ଦିନ ପାଇଁ ରାଜ୍ୟବାସୀଙ୍କୁ […]

rain

Manoranjan Sial
  • Published: Thursday, 01 April 2021
  • , Updated: 02 April 2021, 05:29 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଭୀଷଣ ଗ୍ରୀଷ୍ମପ୍ରବାହ ଆରମ୍ଭ ହୋଇଯାଇଛି। ମଙ୍ଗଳବାର ରାଜ୍ୟର ୧୬ଟି ସହରର ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସରୁ ଅଧିକ ରହିଥିଲା। ସେହିପରି ବୁଧବାର (ଗତକାଲି) ୧୩ଟି ସହରର ତାପମାତ୍ରା ୪୧ ଡିଗ୍ରୀ ସେଲ୍‌ସିୟସରୁ ଅଧିକ ରହିଥିଲା। ଗତକାଲି ଭୁବନେଶ୍ୱରରେ ତାପମାତ୍ର ୪୪ ଡିଗ୍ରୀ ଟପିଯାଇଥିବା ବେଳେ ମଙ୍ଗଳବାର ବାରିପଦାରେ ୪୪.୬ ଡିଗ୍ରୀ ରେକର୍ଡ କରାଯାଇଥିଲା। ତେଣୁ ଲୋକେ ତ୍ରାହି ତ୍ରାହି ଡାକୁଥିବା ବେଳେ ଆସନ୍ତାକାଲି (ଶୁକ୍ରବାର) ଠାରୁ କିଛି ଦିନ ପାଇଁ ରାଜ୍ୟବାସୀଙ୍କୁ ଖରାର କୋପରୁ ରକ୍ଷା ମିଳିବ। କାରଣ ଆସନ୍ତା କିଛି ଦିନ ଧରି ରାଜ୍ୟରେ ବର୍ଷା ସହିତ ଝଡ଼ତୋଫାନ ହେବ। ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ଆଶ୍ୱସ୍ତିକର ଖବର।

ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତାକାଲି (ଶୁକ୍ରବାର)ଠାରୁ ତାପମାତ୍ରା ୩ରୁ ୪ ଡିଗ୍ରୀ ହ୍ରାସ ପାଇବ। ୪ ଦିନ ଧରି ରାଜ୍ୟର ଅନେକ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣ ବୃଷ୍ଟିପାତ ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି।

ଶୁକ୍ରବାର ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କଳାହାଣ୍ଡି, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ଓ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷା ସହିତ ବଜ୍ରପାତ ମଧ୍ୟ ହେବ। ସେଥିପାଇଁ ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଶନିବାର ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ, କୋରାପୁଟ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ଘଡଘଡ଼ି ମାରିବା ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦ କିମି ରହିବ। ସେଥିପାଇଁ ନୟାଗଡ଼, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଞ୍ଜନ, କନ୍ଧମାଳ, ଅନୁଗୋଳ ଓ ବୌଦ୍ଧ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ରବିବାର ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ କେତେକ ସ୍ଥାନରେ ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି। ଏହାଛଡ଼ା ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି କେନ୍ଦୁଝର, ଢ଼େଙ୍କାନାଳ, ଅନୁଗୋଳ, ଦେବଗଡ଼, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାରେ ଗୋଟିଏ ବା ଦୁଇଟି ସ୍ଥାନରେ ସ୍ୱଳ୍ପ ଓ ମଧ୍ୟମ ଧରଣର ବର୍ଷା ଏବଂ ଝଡ଼ତୋଫାନ ହେବାର ସମ୍ଭାବନା ରହିଛି। ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବୋହିବାର ଆଶଙ୍କା ରହିଛି। ସେଥିପାଇଁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, କଟକ, ଖୋର୍ଦ୍ଧା ଓ ଜଗତସିଂହପୁର ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Related story