ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୧୯ ତାରିଖରେ ହୋଇପାରେ ରି-ପୋଲିଂ। ତୃତୀୟ ପର୍ଯ୍ୟାୟର ୧୨ ଓ ଚତୁର୍ଥ ପର୍ଯ୍ୟାୟର ୨୨ଟି ବୁଥ୍ରେ ହୋଇପାରେ ପୁନଃ ମତଦାନ। ଆଜି ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର।
ସେହିଭଳି ଭୋଟ୍ ଗଣତି ନେଇ ସେ କହିଛନ୍ତି-“ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଆଜି CEO ଅଫିସ୍ରେ ମାଷ୍ଟର ଟ୍ରେନରଙ୍କୁ ପ୍ରଶିକ୍ଷଣ ଦିଆଯାଉଛି। ଆସନ୍ତା ୧୩ ଓ ୧୪ ତାରିଖରେ ରିଟର୍ଣ୍ଣିଂ ଅଫିସରଙ୍କୁ ଟ୍ରେନିଂ ଦିଆଯିବ।”
ସେ ଆହୁରି କହିଛନ୍ତି-“ଭୋଟ୍ ଗଣତି ପାଇଁ ଜିଲ୍ଲାସ୍ତରରେ ୧୪ରୁ ୧୯ ତାରିଖ ଯାଏ ଟ୍ରେନିଂ ଦିଆଯିବ। EVM, VVPAT ସ୍ଲିପ୍ ଓ ପୋଷ୍ଟାଲ ବ୍ୟାଲଟ୍ ଗଣତି ସଂପର୍କରେ ସବିଶେଷ ଟ୍ରେନିଂ ମିଳିବ। ପ୍ରତି ନିର୍ବାଚନମଣ୍ଡଳୀର ୫ଟି ବୁଥ୍ରେ ଏକାଦିକ୍ରମେ VVPAT ଗଣତି ହେବ।”
ବାତ୍ୟାରେ EVM ସୁରକ୍ଷିତ ଅଛି କି ବୋଲି ପ୍ରଶ୍ନ କରାଯିବାରେ ସୁରେନ୍ଦ୍ର କୁମାର କହିଛନ୍ତି-“ଷ୍ଟ୍ରଙ୍ଗ ରୁମ୍ରେ EVM ସୁରକ୍ଷିତ ରହିଛି। କେବଳ ପୁରୀରେ ବାରିକେଡ୍ ଭାଙ୍ଗି ଯାଇଥିଲା। ତେଣୁ ଏହାର ସୁରକ୍ଷା ପାଇଁ ପୁରୀରେ ୧ ପ୍ଲାଟୁନ ପୁଲିସ୍ ଫୋର୍ସ ମୁତୟନ କରାଯାଇଛି।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା: ଆସନ୍ତା ସପ୍ତାହରେ ହେବ ଏମଓୟୁ
କେନ୍ଦ୍ର ସରକାରଙ୍କ ବରିଷ୍ଠ ଅଧିକାରୀ ଏଲଏସ୍ ଚ୍ୟାନସେନଙ୍କ ଅଧ୍ୟକ୍ଷତାରେ ଏକ ଟିମ୍ ଓଡ଼ିଶା ଆସି ରାଜ୍ୟ ସ୍ୱାସ୍ଥ୍ୟ ସଚିବ ଏସ.ଅଶ୍ୱସ୍ଥି, ଜାତୀୟ ସ୍ୱାସ୍ଥ୍ୟ ମିଶନର ନିର୍ଦ୍ଦେଶିକା ଡି.ବୃନ୍ଦା ଓ ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିସ୍ତୃତ ଆଲୋଚନା କରିଛନ୍ତି ।
Politics
ମୋ ମନ ଶାନ୍ତ ହୋଇନି, ସମୟକୁ ଅପେକ୍ଷା କରିଛି: ପ୍ରଦୀପ
ବିଜେଡି ଶାସନକାଳରେ ହୋଇଥିବା ମାମଲା ମଧ୍ୟରୁ ଗତକାଲି ୨ଟି ଓ ଆଜି ୩ଟି ମାମଲାରେ ଜେଏମଏଫସି କୋର୍ଟଙ୍କ ଦ୍ୱାରା ଦୋଷମୁକ୍ତ ହେବାପରେ ବ୍ରହ୍ମପୁର ସାଂସଦ ଶ୍ରୀ ପାଣିଗ୍ରାହୀ ନବୀନ ପଟ୍ଟନାୟକ, ଭିକେ ପାଣ୍ଡିଆନ ଓ ଷଡ଼ଯନ୍ତ୍ରକାରୀଙ୍କ ଉପରେ ବର୍ଷିଛନ୍ତି ।
Miscellaneous
ଭୁବନେଶ୍ୱରରେ ପ୍ରଧାନମନ୍ତ୍ରୀ ମୋଦି
ବିଶାଖାପାଟଣାରୁ ସ୍ୱତନ୍ତ୍ର ବିମାନରେ ଆସି ଭୁବନେଶ୍ୱରରେ ପହଂଚିବା ପରେ ତାଙ୍କୁ ବିମାନ ବନ୍ଦରରେ ରାଜ୍ୟପାଳ ହରିବାବୁ କମ୍ଭମପତି, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟମାନେ ତାଙ୍କୁ ସ୍ୱାଗତ କରିଥିଲେ ।
Politics
‘ଓଡ଼ିଶାକୁ ଲୁଟ୍ ପାଇଁ ପାଣ୍ଡିଆନ୍ଙ୍କୁ ଠିକା ଦେଇଥିଲେ ନବୀନ’
ବ୍ରହ୍ମପୁର ସାଂସଦ ପ୍ରଦୀପ ପାଣିଗ୍ରାହୀ ଆହୁରି କହିଛନ୍ତି, ବିଜେଡି ସରକାରରେ CMOକୁ କରପସନ, କମିଶନ ଓ କଲେକ୍ସନର ହବ୍ କରାଯାଇଥିଲା। ନାଁ ନନେଇ ଜଣେ ବରିଷ୍ଠ IPSଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ।
Miscellaneous
୧୩ରୁ ଫେବ୍ରୁଆରୀ ୨୬ ଯାଏଁ ଅଯୋଧ୍ୟାକୁ ଗଡ଼ିବ ବସ୍
OSRTC ପକ୍ଷରୁ ହାଇ-ଏଣ୍ଡ ପ୍ରିମିୟମ୍ ବସ୍ ସେବା ଆରମ୍ଭ ହେବ। ପୁରୀ, ସମ୍ବଲପୁର, ଭବାନୀପାଟଣା, ବ୍ରହ୍ମପୁରରୁ ଏହି ବସ୍ ଗୁଡ଼ିକ ଯିବ।