ପୁରୀ (ମଧୁସୂଦନ ମିଶ୍ର): ଶ୍ରୀମନ୍ଦିର ବ୍ରହ୍ମ ବିଭ୍ରାଟ ମାମଲାରେ ରିପୋର୍ଟ ସାର୍ବଜନୀନ ହେବନି। ଏହା ଏକ ସମ୍ବେଦନଶୀଳ ମାମଲା ହୋଇଥିବାରୁ ସାର୍ବଜନୀନ କରାଯିବ ନାହିଁ। ଆଜି ଏପରି ମନ୍ତବ୍ୟ ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ପ୍ରଦୀପ୍ତ ମହାପାତ୍ର।
ସେ କହିଛନ୍ତି, “ନୋଟିସ୍ ହୋଇଥିବା ସେବାୟତଙ୍କ ମଧ୍ୟରୁ ୪ ଜଣ ଜବାବ ରଖିଛନ୍ତି। ବ୍ରହ୍ମ ବିଭ୍ରାଟ ମାମଲାରେ ୧୦ ଜଣ ସେବାୟତଙ୍କୁ ନୋଟିସ୍ ହୋଇଥିଲା। ତଦନ୍ତ ଶେଷ ହେବା ପରେ ସମ୍ପୂର୍ଣ୍ଣ ରିପୋର୍ଟ ଆସିବ।”
ସୂଚନାଯୋଗ୍ୟ, ତତ୍କାଳୀନ ମୁଖ୍ୟ ପ୍ରଶାସକଙ୍କ ରିପୋର୍ଟ ଆଧାରରେ ପ୍ରଶାସନ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଥିଲା। ରିପୋର୍ଟ ଆଧାରରେ ଗଠିତ ସବ୍ କମିଟି ତର୍ଜମା କରିବା ପରେ ୧୦ ଜଣଙ୍କୁ ନୋଟିସ୍ ହୋଇଥିଲା। ଶ୍ରୀଜିଉଙ୍କ ସେବାରେ ବିଭ୍ରାଟ ଓ ବିଳମ୍ବ ଅଭିଯୋଗରେ ନୋଟିସ୍ କରାଯାଇଥିଲା। ୨୦୧୫ ଜୁନ୍ ୧୫ ତାରିଖରେ ଶ୍ରୀଜିଉଙ୍କ ନବକଳେବର ବେଳେ ବ୍ରହ୍ମ ସଂସ୍ଥାପନ ନିଶାର୍ଦ୍ଧରେ ହେବାର ଥିଲା। ହେଲେ ଏଥିରେ ବିଭ୍ରାଟ ଘଟି ଜୁନ୍ ୧୬ରେ ବ୍ରହ୍ମ ସଂସ୍ଥାପନ ହୋଇଥିଲା।
https://youtu.be/xseGf8d9iCA
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ବାବା କେଟିଏମ୍ ବାଇକ୍ରେ ଝିଅ ଧରି ବୁଲୁଥିଲେ...
ଯୁବତୀ ଜଣକ ଆହୁରି କହିଛନ୍ତି, ବିଜ୍ଞାନ ଯୁଗରେ ଲୋକମାନେ ନାନା ସମସ୍ୟା ନେଇ ବାବାଙ୍କ ପାଖକୁ ଯାଉଥିବା ଦେଖିବାକୁ ପାଇଥିଲି। ଯେଉଁ ମହିଳାଙ୍କର ପିଲା ଛୁଆ ହେଉନଥିଲା ବା ଯାହାକୁ କ୍ୟାନସର ପରି ଦୋରାରୋଗ ହୋଇଥିଲା, ସେମାନେ ବାବାଙ୍କ ପାଖକୁ ଯାଉଥିଲେ।
Crime
ବାଘ ଛାଲ ବିକ୍ରି ପାଇଁ ନେଉଥିବା ବେଳେ ମାଡ଼ି ବସିଲା ବନ ବିଭାଗ
୪ ଜଣ ତସ୍କର କଲରାପତରିଆ ବାଘ ଚାଲ ବିକ୍ରି ପାଇଁ ଯାଉଥିଲେ। ଏ ସମ୍ପର୍କରେ ଜାଣିପାରି ବାରିପଦା ବନଖଣ୍ଡ ଓ ଶିମିଳିପାଳର ସ୍ଵତନ୍ତ୍ର ଟିମ୍ ମିଳିତ ଭାବେ ବାଙ୍ଗିରିପୋଷି ରେଞ୍ଜ ବାଲିଖୋଣି ଗାଁରେ ଚଢ଼ଉ କରିଥିଲା।
Politics
ଅଫେରା ପଥରେ ବିଜେପିର ଭେଟ୍ରାନ୍ ଲିଡର ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।