ରାଜ୍ୟର ବିଭିନ୍ନ ସ୍ଥାନରେ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ୬୯ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି ସାଧାରଣତନ୍ତ୍ର ଦିବସ। ବାଲେଶ୍ୱର ପୋଲିସ ଲାଇନ୍‌ ପଡ଼ିଆରେ ୬୯ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମନ୍ତ୍ରୀ ପ୍ରଦୀପ ମହାରଥୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ସମବେତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଓଡ଼ିଶା ହାଇକୋର୍ଟ ପରିସରରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ କୁମାରୀ ସଞ୍ଜୁ […]

minister

Rakesh Mallick
  • Published: Friday, 26 January 2018
  • , Updated: 26 January 2018, 11:41 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ୬୯ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ରାଜ୍ୟର ବିଭିନ୍ନ ସ୍ଥାନରେ ଧୁମ୍‌ଧାମ୍‌ରେ ପାଳିତ ହୋଇଯାଇଛି ସାଧାରଣତନ୍ତ୍ର ଦିବସ। ବାଲେଶ୍ୱର ପୋଲିସ ଲାଇନ୍‌ ପଡ଼ିଆରେ ୬୯ତମ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମନ୍ତ୍ରୀ ପ୍ରଦୀପ ମହାରଥୀ ମୁଖ୍ୟଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବା ସହ ସମବେତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଓଡ଼ିଶା ହାଇକୋର୍ଟ ପରିସରରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ହାଇକୋର୍ଟର ବରିଷ୍ଠ ବିଚାରପତି ଜଷ୍ଟିସ୍‌ କୁମାରୀ ସଞ୍ଜୁ ପଣ୍ଡା ପତାକା ଉତ୍ତୋଳନ କରିଥିଲେ।
ସେହିପରି କେନ୍ଦୁଝର ଜିଲ୍ଲା ସଦର ମହକୁମା ଠାରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ସମାରୋହରେ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ବିଭିନ୍ନ ସ୍କୁଲର ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା।

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ସାରଙ୍ଗଧର ଷ୍ଟାଡିୟମରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଉପଜିଲ୍ଲାପାଳ କଳ୍ପତରୁ ବେହେରା ଯୋଗଦେଇ ପତାକା ଉତ୍ତୋଳନ କରିଥିଲେ। ପାରାଦୀପର ବିଭିନ୍ନ ସ୍ଥାନରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ବନ୍ଦର ପକ୍ଷରୁ ଆୟୋଜିତ ଉତ୍ସବରେ ବନ୍ଦର ଅଧ୍ୟକ୍ଷ ରିଙ୍କେଶ ରୟ ପତାକା ଉତ୍ତୋଳନ କରିବା ସହ ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ।
ଫୁଲବାଣୀ ସ୍ଥିତ କନ୍ଧମାଳ ଷ୍ଟାଡିୟମରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ମହାସମାରୋହ ଶାନ୍ତିଶୃଙ୍ଖଳାର ସହ ପାଳନ ହୋଇଯାଇଛି। ରାଜ୍ୟ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ନୃସିଂହ ଚରଣ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହି ଜିଲ୍ଲାସ୍ତରୀୟ ସମ୍ମିଳିତ ପରେଡରେ ଜିଲ୍ଲା ଆରକ୍ଷୀ ବାହିନୀକୁ ମିଶାଇ ମୋଟ ୨୯ଟି ଦଳ ଅଂଶଗ୍ରହଣ କରିଥିଲେ। ଶେଷରେ ବିଭିନ୍ନ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

Related story