ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ସମାରୋହ ପାଇଁ ରାଜଧାନୀ ଭୁବନେଶ୍ୱର ସଜେଇ ହୋଇଛି। ମହାତ୍ମା ଗାନ୍ଧି ମାର୍ଗରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଉତ୍ସବ ଓ ପରେଡ୍ ଅନୁଷ୍ଠିତ ହେବ। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ରାଜ୍ୟସ୍ତରୀୟ ଉତ୍ସବ ପରେଡରେ ଅଭିବାଦନ ଗ୍ରହଣ ସହ ପତାକା ଉତ୍ତୋଳନ କରିବେ। ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗଦେବେ।
ପରେଡରେ ମୋଟ ୪୮ଟି ଟ୍ରୁପ୍ ଭାଗ ନେବେ। ଯାହାର ନେତୃତ୍ୱ ନେବେ ଡିସିପି ସାଗରିକା ନାଥ। ଦୁଇଟି ଡେୟାର ଡେଭିଲସ୍ ଦଳ ଓ ସ୍କେଟିଂ ଟିମ୍, ପାରମ୍ପରିକ ସାଂସ୍କୃତିକ ନୃତ୍ୟ ଦଳ ସହ ୧୨ଟି ପ୍ରଜ୍ଞାପନ ମେଢ଼ ବି ଏଥିରେ ସାମିଲ ହେବ। ତେବେ ସାଧାରଣତନ୍ତ୍ର ଦିବସ ପୂର୍ବରୁ ଗତକାଲି ସନ୍ଧ୍ୟାରେ ବିଧାନସୌଧ ଆକର୍ଷଣୀୟ ଆଲୋକସଜ୍ଜାରେ ଝଲସି ଥିଲା। ପୂରା ବିଧାନସୌଧ ପରିସରକୁ ରଙ୍ଗବେରଙ୍ଗ ଆଲୋକରେ ସଜାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Events & Festivals
ଆରମ୍ଭ ହେଲା ରଥଯାତ୍ରାର ଆଦ୍ୟ ପର୍ବ; ନୟାଗଡ଼ରେ ପହଞ୍ଚିଲା ଆଜ୍ଞାମାଳ
ଶ୍ରୀମନ୍ଦିର ପ୍ରଶାସନର ୩ ଜଣିଆ ପ୍ରତିନିଧି ଦଳ ମହାପ୍ରଭୁଙ୍କ ଆଜ୍ଞାମାଳ ନେଇ ନୟାଗଡ଼ରେ ପହଞ୍ଚିବା ପରେ ସମସ୍ତଙ୍କୁ ସ୍ୱାଗତ କରାଯାଇଛି।
Events & Festivals
ଆଜି ପବିତ୍ର ଧନୁ ସଂକ୍ରାନ୍ତି, ମହାପ୍ରଭୁଙ୍କଠାରେ ଲାଗିହେଲା ପହିଲି ଭୋଗ
ଆଜି ପବିତ୍ର ଧନୁ ସଂକ୍ରାନ୍ତ। ଆଜିଠୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପହିଲି ଭୋଗ ଆରମ୍ଭ ହୋଇଛି।

Events & Festivals
ଗୌରବିହାର ଆଶ୍ରମରେ ରାଧାକୃଷ୍ଣଙ୍କ ପାଖରେ ଲାଗି ହେଲା ୮୫୧ ପ୍ରକାରର ବ୍ୟଞ୍ଜନ
ପୁରୀ ବେଳାଭୂମି ଠାରୁ ମାତ୍ର ୨ କିଲୋମିଟର ଦୂରରେ ଅବସ୍ଥିତ ଗୌଡ଼ୀୟ ସମ୍ପ୍ରଦାୟର ଆଶ୍ରମ ଗୌରବିହାର ଆଶ୍ରମ ବା ମାତା ମଠରେ ପ୍ରତି ବର୍ଷ ବ୍ୟଞ୍ଜନ ଦ୍ୱାଦଶୀ ପାଳିତ ହୋଇଆସୁଛି।

Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିବେ ଭୁବନେଶ୍ୱର ପ୍ରଧାନ
ଭୁବନେଶ୍ୱର ପ୍ରଧାନ ପୂର୍ବରୁ ବିଶ୍ଵ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ କଂସ ଭୂମିକାରେ ଅଭିନୟ କରି ସାରିଛନ୍ତି।
Accident
ଦୁଇଟି ବାଇକ୍କୁ ଧକ୍କା ଦେଇ ଓଲଟିଲା ପିକ୍ଅପ୍ ଭ୍ୟାନ୍, ୮ ଷଣ୍ଢ ମୃତ
ଦୁଇଟି ବାଇକ୍କୁ ଧକ୍କା ଦେଇ ଏକ ପିକ୍ଅପ୍ ଓଲଟି ପଡ଼ିବାରୁ ୮ ଷଣ୍ଢଙ୍କ ମୃତ୍ୟୁ ଘଟିଛି।