ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇପିଏସସ୍ତରରେ ଅଦଳବଦଳ କରି ୬ ଜିଲ୍ଲାରେ ନୂଆ ପୁଲିସ ଏସପିଙ୍କୁ ନିଯୁକ୍ତି ଦେଇଛନ୍ତି।
ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୮ ବ୍ୟାଚ୍ ଆଇପିଏସ ଏସ୍.ଦେବଦତ୍ତ ସିଂଙ୍କୁ ପୁଲିସ ମୁଖ୍ୟାଳୟର ଆଇଜି ଭାବେ ଅବସ୍ଥାପିତ କରାଯାଇଥିବାବେଳେ ଜଗତସିଂହପୁର ଏସପି ପ୍ରକାଶ ଆରଙ୍କୁ ଭିଜିଲାନ୍ସ ଏସପି ଭାବେ ବଦଳି କରାଯାଇଛି।
ସେହିପରି ଏସଓଜି କମାଣ୍ଡାଣ୍ଟ ୨୦୦୯ ବ୍ୟାଚ୍ ଆଇପିଏସ ଅଖିଳେଶ୍ୱର ସିଂଙ୍କୁ ଜଗତସିଂହପୁର ପୁଲିସ ଏସପି, ୨୦୧୩ ବ୍ୟାଚ୍ ଆଇପିଏସ୍ ପିଏସ ପୁରୁଷୋତ୍ତମଦାସଙ୍କୁ ନବରଙ୍ଗପୁର ଏସପି, ୨୦୧୫ ବ୍ୟାଚ୍ ଆଇପିଏସ୍ ରାହୁଲ ଜୈନଙ୍କୁ ବରଗଡ଼ ପୁଲିସ ଏସପି, ୨୦୧୫ ବ୍ୟାଚ୍ ଆଇପିଏସ ପ୍ରତ୍ୟୁଷ ଦିବାକରଙ୍କୁ ନୂଆପଡ଼ା ଏସପି, ୨୦୧୬ ବ୍ୟାଚ୍ ଆଇପିଏସ୍ କେ ଆର ଦ୍ୟାନଦେଓଙ୍କୁ ମୟୂରଭଞ୍ଜ ଏସପି ଓ ୨୦୧୭ ବ୍ୟାଚ୍ ଆଇପିଏସ୍ ପିଏସ ମୀନାଙ୍କୁ ମାଲକାନଗିରି ପୁଲିସ ଏସପି ଭାବେ ବଦଳି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।