୩୧ ବିଡିଓଙ୍କ ସମେତ ୪୫ ଓଏଏସଙ୍କ ବଦଳି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଂଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ୩୧ଜଣ ବିଡିଓଙ୍କ ସମେତ ମୋଟ ୪୫ଜଣ ଓଏଏସ ଅଫିସରଙ୍କ ବଦଳି କରିଛନ୍ତି। ଆଜି ପଂଚାୟତିରାଜ ବିଭାଗ ଏବଂ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ଦୁଇଟି ଭିନ୍ନ ଭିନ୍ନ ବିଜ୍ଞପ୍ତିରେ ଏହି ୪୫ଜଣ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି। ପଂଚାୟତିରାଜ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ ମୋଟ ୩୧ଟି ବ୍ଲକରେ ନୂଆ ବିଡିଓଙ୍କୁ ଅବସ୍ଥାପିତ କରାଯାଇଥିବାବେଳେ ଅନ୍ୟ ୭ଜଣ ଓଏଏସଙ୍କୁ ତହସିଲଦାର ଓ ଡେପୁଟି କଲେକ୍ଟର ଭାବେ […]

ias-1-1

ias-1-1

Ordigital Desk
  • Published: Wednesday, 29 September 2021
  • Updated: 29 September 2021, 10:22 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଂଚାୟତ ନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ୩୧ଜଣ ବିଡିଓଙ୍କ ସମେତ ମୋଟ ୪୫ଜଣ ଓଏଏସ ଅଫିସରଙ୍କ ବଦଳି କରିଛନ୍ତି। ଆଜି ପଂଚାୟତିରାଜ ବିଭାଗ ଏବଂ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ଦୁଇଟି ଭିନ୍ନ ଭିନ୍ନ ବିଜ୍ଞପ୍ତିରେ ଏହି ୪୫ଜଣ ଓଏଏସ୍ ଅଫିସରଙ୍କ ବଦଳି ହୋଇଛି।

ପଂଚାୟତିରାଜ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତିରେ ମୋଟ ୩୧ଟି ବ୍ଲକରେ ନୂଆ ବିଡିଓଙ୍କୁ ଅବସ୍ଥାପିତ କରାଯାଇଥିବାବେଳେ ଅନ୍ୟ ୭ଜଣ ଓଏଏସଙ୍କୁ ତହସିଲଦାର ଓ ଡେପୁଟି କଲେକ୍ଟର ଭାବେ ବଦଳି କରାଯାଇଛି।

ସେହିପରି ସାଧାରଣ ପ୍ରଶାସନ ବିଭାଗର ବିଜ୍ଞପ୍ତି ଅନୁସାରେ, ନୂଆଦିଲ୍ଲୀରେ ଯୁଗ୍ମ ଆବାସିକ କମିଶନର ପ୍ରେମଜିତ୍ ନାୟକଙ୍କୁ ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଥିବାବେଳେ ହେମନ୍ତ କୁମାର ସିଂଙ୍କୁ ରାଇରଙ୍ଗପୁର ଅତିରିକ୍ତ ଜିଲ୍ଲାପାଳ, ପୁଣ୍ୟରଞ୍ଜନ ପୃଷ୍ଟିଙ୍କୁ ଗଞ୍ଜାମ ଅତିରିକ୍ତ ଜିଲ୍ଲାପାଳ, ଶ୍ରୀରାମ କ୍ରିଷ୍ଣାଙ୍କୁ ନୂଆଦିଲ୍ଲୀସ୍ଥିତ ଯୁଗ୍ମ ଆବାସିକ କମିଶନର, ନୀଳମାଧବ ଭୋଇଙ୍କୁ ଛତ୍ରପୁର ଉପଜିଲ୍ଲାପାଳ, ସରୋଜ କୁମାର ଦାଶଙ୍କୁ ରାଇରଙ୍ଗପୁର ଉପଜିଲ୍ଲାପାଳ ଓ ଦେବଦତ୍ତ ମହାନ୍ତିଙ୍କୁ କରଞ୍ଜିଆ ଆଇଟିଡିଏ ପ୍ରକଳ୍ପ ଅଧିକାରୀ ଭାବେ ବଦଳି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos