ଭଦ୍ରକ(ପାର୍ଥ ସାରଥୀ ନାୟକ): ରଥଯାତ୍ରା ପାଳନ ନେଇ ସୁପ୍ରିମ କୋର୍ଟଙ୍କ ନିର୍ଦ୍ଦେଶ ମତେ କଟକଣା ଲାଗୁ ହେବା ପରେ ଭଦ୍ରକ ଜିଲ୍ଲାରେ ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଳନ ନେଇ ଜିଲ୍ଲାପାଳ ଡ. ଜ୍ଞାନ ଦାସ କଟକଣା ଲାଗୁ କରିଛନ୍ତି । ଏହି କଟକଣା ଆସନ୍ତା ୨୩ ତାରିଖରେ ରଥଯାତ୍ରା ଏବଂ ଜୁଲାଇ ୧ ତାରିଖର ବାହୁଡା ଯାତ୍ରା ପାଇଁ ଲାଗୁ ହେବ ।
ଏହି ସମୟରେ ସମସ୍ତ ମନ୍ଦିର, ଧର୍ମାନୁଷ୍ଠାନ ବନ୍ଦ ରହିବ । କୌଣସି ସ୍ଥାନରେ ଧାର୍ମିକ କାର୍ଯ୍ୟ ଯୋଗୁ ୭ଜଣରୁ ଅଧିକ ଏକତ୍ରିତ ହୋଇ ପାରିବେ ନାହିଁ । କେବଳ ଦୁଇଜଣ ସେବାୟତ ଅବା ପୁଜାରୀ ଠାକୁରଙ୍କ ନୀତିକାନ୍ତି କରି ପାରିବେ । କୌଣସି ଭକ୍ତ ମନ୍ଦିରକୁ ପ୍ରବେଶ କରି ପାରିବେ ନାହିଁ । ଏହି ସମୟରେ ସାମାଜିକ, ରାଜନୈତିକ, ଧାର୍ମିକ ଏକତ୍ରିକରଣ ହୋଇ ପାରିବ ନାହିଁ । ପ୍ରତ୍ୟେକ ବ୍ୟକ୍ତି କୋଭିଡ଼ ୧୯ର ନିୟମାନୁଯାୟୀ ମାସ୍କ ପିନ୍ଧିବା ସହ ସାମାଜିକ ଦୂରତା ରକ୍ଷା କରିବା ବାଧ୍ୟତାମୂଳକ ବୋଲି ଜିଲ୍ଲାପାଳ ଡ. ଦାସ ତାଙ୍କ ନିର୍ଦ୍ଦେଶନାମାରେ ଉଲ୍ଲେଖ କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Health
ରାତ୍ର ଭୋଜନ ପରେ ମିଠା ଖାଉଛନ୍ତି କି ? ହୋଇଯାଆନ୍ତୁ ସାବଧାନ
ରାତ୍ର ଭୋଜନ ପରେ ମିଠାଖାଇବା ଦ୍ୱାରା ହୃଦଘାତ ହେବାର ସମ୍ଭାବନା ରହିଛି।
Health
ଭଲ ହୋଇଯିବ ଓଠ ଫଟା; ଆପଣାନ୍ତୁ ଏହି ଘରୋଇ ଉପଚାର
ଲିପବାମ୍ ବ୍ୟବହାର କରିବା ପରିବର୍ତ୍ତେ ଘରୋଇ ଉପଚାର ମାଧ୍ୟମରେ ଆମେ ଓଠ ଫାଟିବାରୁ ମୁକ୍ତି ପାଇ ପାରିବା।
Health
କ୍ୟାନ୍ସର ପାଇଁ ଆସିଲା ଟିକା, ନୂଆବର୍ଷରୁ ମାଗଣା ମିଳିବ
ନୂଆବର୍ଷରୁ ଏହା ସମସ୍ତ ନାଗରିକଙ୍କ ପାଇଁ ମାଗଣାରେ ଉପଲବ୍ଧ ହେବ। ତେବେ ଏହି ଟିକାର ନା' କ'ଣ ରହିଛି ତାହା ଏପର୍ଯ୍ୟନ୍ତ ଜଣାପଡିନାହିଁ।
Health
ଭୁବନେଶ୍ୱର AIIMSରେ ୩ ମାସରେ ୩୧ ଏଚ୍ଆଇଭି ପଜିଟିଭ୍ ଚିହ୍ନଟ
ଭାରତରେ ଏଚଆଇଭି ସର୍ଭିଲାନ୍ସ ପାଇଁ ଥିବା ୮ଟି ଆଞ୍ଚଳିକ ପ୍ରତିଷ୍ଠାନ ମଧ୍ୟରୁ ଭୁବନେଶ୍ୱର ଏମ୍ସ ଅନ୍ୟତମ।
Health
ଅଟୋ ପାର୍ଟସ ଦୋକାନ ଭିତରେ ଚାଲିଥିଲା ନକଲି ଚା’ କାରଖାନା; ଚଢାଉ କଲା ପୁଲିସ୍
ନାମିଦାମୀ କମ୍ପାନୀର ଲୋଗୋ ଲଗାଇ ବିକ୍ରି ହେଉଥିଲା ନକଲି ଚା'।