୨୧ରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତା ୨୧ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ କଳା, ବାଣିଜ୍ୟ ଓ ଧନ୍ଦାମୂଳକ ପରୀକ୍ଷା ଫଳ। ଅପରାହ୍ନ ସାଢ଼େ ୩ଟାରେ ଫଳ ପ୍ରକାଶ ପାଇବ। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଆଜି ଏହି ସୂଚନା ଦେଇଛନ୍ତି।

ଚଳିତ ବର୍ଷ କଳାରେ ୨ ଲକ୍ଷ ୩୫ ହଜାର ୧୮ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।

ସୂଚନାଯୋଗ୍ୟ, ଜୁନ୍‌ ୩ ତାରିଖରେ ଯୁକ୍ତ ଦୁଇ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇଥିଲା।