ପାରାଦୀପ-ବଡ଼ବିଲ ରାସ୍ତା ହେବ ୮ ଲେନ୍‌

ନୂଆଦିଲ୍ଲୀ/ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାରାଦୀପରୁ ବଡ଼ବିଲ ପର୍ଯ୍ୟନ୍ତ ରାସ୍ତା ହେବ ୮ ଲେନ୍‌ ବିଶିଷ୍ଟ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କାରୀଙ୍କ ମଧ୍ୟରେ ହୋଇଥିବା ଆଲୋଚନାରେ ଏହି ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ୩୦୦ କିମି ରାସ୍ତା ୮ ଲେନ କରିବାକୁ ନୀତିନ ଗଡ଼କରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି-“ଭାରତମାଳା ଯୋଜନାରେ ଦୀଘା-ଗୋପାଳପୁର ଉପକୂଳ ରାଜପଥ ପ୍ରକଳ୍ପର […]

road

road

Manoranjan Sial
  • Published: Tuesday, 02 February 2021
  • Updated: 02 February 2021, 08:09 PM IST

Sports

Latest News

ନୂଆଦିଲ୍ଲୀ/ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାରାଦୀପରୁ ବଡ଼ବିଲ ପର୍ଯ୍ୟନ୍ତ ରାସ୍ତା ହେବ ୮ ଲେନ୍‌ ବିଶିଷ୍ଟ। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡ଼କାରୀଙ୍କ ମଧ୍ୟରେ ହୋଇଥିବା ଆଲୋଚନାରେ ଏହି ନିଷ୍ପତ୍ତି ହୋଇଛି। ଏ ସମ୍ପର୍କରେ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ୩୦୦ କିମି ରାସ୍ତା ୮ ଲେନ କରିବାକୁ ନୀତିନ ଗଡ଼କରୀଙ୍କ ନିର୍ଦ୍ଦେଶ ଦେଇଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି-“ଭାରତମାଳା ଯୋଜନାରେ ଦୀଘା-ଗୋପାଳପୁର ଉପକୂଳ ରାଜପଥ ପ୍ରକଳ୍ପର ବିକାଶର କାମକୁ ତ୍ୱରାନ୍ୱିତ କରିବା ଦିଗରେ ଆଜି ଆଲୋଚନା ହୋଇଛି। ୯ ହଜାର କୋଟି ଟଙ୍କା ଖର୍ଚ୍ଚରେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳର ଲାଇଫଲାଇନ‌୍‍ ହେବାକୁ ଯାଉଥିବା ଏହି କୋଷ୍ଟାଲ ହାଇୱେର ଅଗ୍ରଗତି ନେଇ ଆଲୋଚନା ହୋଇଥିବା ବେଳେ ଗୋପାଳପୁର-ସାତପଡ଼ା ପ୍ରକଳ୍ପର କାମ ପାଇଁ ଆନୁଷଙ୍ଗିକ ବ୍ୟବସ୍ଥା କରିବାକୁ ରାଜ୍ୟ ସରକାର ପ୍ରତିଶ୍ରୁତି ଦେଇଛନ୍ତି। ଓଡ଼ିଶାର ସର୍ବବୃହତ ରାଜପଥ ପ୍ରକଳ୍ପ କୋଷ୍ଟାଲ ହାଇୱେ ସମ୍ପୂର୍ଣ୍ଣ ହେଲେ ଏହା ପର୍ଯ୍ୟଟନ ଶିଳ୍ପକୁ ତ୍ୱରାନ୍ୱିତ କରିବା ସଙ୍ଗେସଙ୍ଗେ ମତ୍ସ୍ୟ ଚାଷ, ଖାଦ୍ୟ ପ୍ରକ୍ରିୟାକରଣ, ଲଜିଷ୍ଟିକୁ ସୁବିଧା ଦେବା ସହ ପଣ୍ୟାଗାର ପରିବହନରେ ବିଶେଷ ଭାବରେ ସହାୟକ ହେବ।”

ଶ୍ରୀ ପ୍ରଧାନ ଆହୁରି କହିଛନ୍ତି-“ବୈଠକରେ ଭୁବନେଶ୍ୱର ରିଙ୍ଗ ରୋଡ୍‌ ପ୍ରକଳ୍ପ ନେଇ ଆଲୋଚନା ହୋଇଥିଲା। ଏହା ସହ ବିଶେଷ ଭାବରେ ଏହି ବୈଠକରେ ପାରାଦୀପଠାରୁ ବଡ଼ବିଲ ମଧ୍ୟରେ ପ୍ରସ୍ତାବିତ ୮ ଲେନ ବିଶିଷ୍ଟ ୩୦୦ କିମି ଲମ୍ୱ ଅର୍ଥନୈତିକ କୋରିଡ଼ର ଉପରେ ଆଲୋଚନା କରାଯାଇଥିଲା। ଏହି ରାସ୍ତା ପାରାଦୀପରୁ ଆରମ୍ଭ ହୋଇ ଚଣ୍ଡିଖୋଲ-ଡ଼ୁବୁରି- କେନ୍ଦୁଝର- ରିମୁଳି- ବଡରସାହୀ ଦେଇ ବଡବିଲରେ ଶେଷ ହେବ। ଏହି ପ୍ରସ୍ତାବିତ ଅର୍ଥନୈତିକ କୋରିଡ଼ର ଚଣ୍ଡିଖୋଲ ସମେତ ଦେଶର ସବୁଠୁ ବଡ଼ କଳିଙ୍ଗନଗର ଇସ୍ପାତ କ୍ଲଷ୍ଟରର ବିକାଶ କରିବାରେ ବଡ଼ ଭୂମିକା ଗ୍ରହଣ କରିବ। ଏହି ରାଜପଥ ଡ଼ୁବୁରି ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ତଥା ଇସ୍ପାତ, କୋଇଲା, ଲୁହା ଓ ଆଲୁମିନିୟମ୍‌ କ୍ଷେତ୍ର ପାଇଁ ମଧ୍ୟ ଅନେକ ସମ୍ଭାବନାର ସମ୍ଭାର ଆଣିବ। ସ୍ଥାନୀୟ ଅର୍ଥନୀତିକୁ ସୁଦୃଢ଼ କରିବା ସଙ୍ଗେସଙ୍ଗେ ଯୁବକଙ୍କ ପାଇଁ ରୋଜଗାରର ସୁଯୋଗ ମଧ୍ୟ ସୃଷ୍ଟି କରିବାରେ ବଡ଼ ଭୂମିକା ଗ୍ରହଣ କରିବ।”

ସେ ଆହୁରି କହିଛନ୍ତି-“ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ପରିକଳ୍ପନାରେ ଓଡ଼ିଶାରେ ବନ୍ଦର ଆଧାରିତ ଶିଳ୍ପାୟନର ଦ୍ରୁତ ଅର୍ଥନୀତିର ବିକାଶକୁ ପ୍ରାଥମିକତା ଦିଆଯାଉଛି। ଏହି ପରିପ୍ରେକ୍ଷୀରେ ଧାମରାରେ ବନ୍ଦର ଆଧାରିତ ବିକାଶ କରିବା ନେଇ ଧାମରାକୁ ସଂଯୋଗ କରୁଥିବା ପ୍ରସ୍ତାବିତ ରାଜପଥ ପ୍ରକଳ୍ପ ଗୁଡ଼ିକ ଉପରେ ଗୁରୁତ୍ୱ ଦିଆଯାଇଛି। ଗୋପାଳପୁର ବନ୍ଦର, ସବର୍ଣ୍ଣରେଖା ପ୍ରସ୍ତାବିତ ବନ୍ଦରକୁ ସଂଯୋଗ କରୁଥିବା ରାସ୍ତା ଗୁଡ଼ିକ ଉପରେ ମଧ୍ୟ ଏହି ବୈଠକରେ ଆଲୋଚନା କରାଯାଇଥିଲା।”

ଉଲ୍ଲେଖନୀୟ ଯେ, ଏହି ଭର୍ଚୁଆଲ ବୈଠକରେ ବଶେଷ ଭାବରେ ଓଡ଼ିଶାରେ କ୍ରିୟାନ୍ୱୟନ ହେଉଥିବା ବିଭିନ୍ନ ରାଜପଥ ପ୍ରକଳ୍ପ ଗୁଡ଼ିକର ଅଗ୍ରଗତି ନେଇ ଆଲୋଚନା ହୋଇଥିବା ବେଳେ ଅନ୍ୟାନ୍ୟ ପ୍ରସ୍ତାବିତ ପ୍ରକଳ୍ପ ଗୁଡ଼ିକ ଉପରେ ଆଲୋଚନା ହୋଇଥିଲା। ଓଡ଼ିଶାର ବିଭିନ୍ନ ପ୍ରମୁଖ ରାଜପଥ ପ୍ରକଳ୍ପ ଯଥା କେନ୍ଦୁଝରର ଜାତୀୟ ରାଜପଥ ପ୍ରକଳ୍ପ ଅଧୀନରେ ଥିବା ଏନଏଚ-୨୦ର ପାଣିକୋଇଲି-ରିମୁଳି ସେକ୍ସନ, ଏନଏଚ-୪୯ ସିଙ୍ଗରା ବିଞ୍ଜବାହାଲ ସେକ୍ସନ, ପ୍ରସ୍ତାବିତ ଅର୍ଥନୈତିକ କୋରିଡରରେ ପାରାଦୀପ, ବଡବିଲ, ପାରାଦୀପ- ଚଣ୍ଡିଖୋଲ, ଚଣ୍ଡିଖୋଲ ଡୁବୁରି, ଡୁବୁରି-କେନ୍ଦୁଝର ରୋଡ, କେନ୍ଦୁଝର-ରିମୁଳି, ରିମୁଳି-ଭଦ୍ରସାହୀ, ଭଦ୍ରସାହୀ- ବଡବିଲ, ଭୁବନେଶ୍ୱର-ପୁରୀ ମଧ୍ୟରେ ୮ ଲେନ‌୍‍ ବିଶିଷ୍ଟ ଏକ୍ସପ୍ରେସ ୱେ, ବନ୍ଦରରୁ ରାସ୍ତା ସଂଯୋଗ ଅଧୀନରେ ଧାମରା, ଗୋପାଳପୁର, ସୁବର୍ଣ୍ଣରେଖା ବନ୍ଦର ଓ ଅମ୍ପନୀ-ଜୟପୁର ଓ ରାୟପୁରବିଶାଖାପାଟଣା ଜାତୀୟ ରାଜପଥ ପ୍ରକଳ୍ପ ଉପରେ ଆଲୋଚନା କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story