ବରଗଡ଼(ଓଡ଼ିଶା ରିପୋର୍ଟର): ବହୁ ପ୍ରତୀକ୍ଷିତ ବିଜେପୁର ଉପନିର୍ବାଚନ ଭୋଟ ଗଣତି ଶେଷ ହୋଇଛି । ରେକର୍ଡ ସହ ବିଜୟୀ ହେଲେ ବିଜେଡିର ରୀତା ସାହୁ। ରୀତା ମୋଟ ୧, ୩୫, ୯୫୭ ଭୋଟ ପାଇଥିବା ବେଳେ ତାଙ୍କ ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ ବିଜେପି ଓ କଂଗ୍ରେସ ପ୍ରାର୍ଥୀ ବହୁ ପଛରେ ପଡ଼ି ଯାଇଛନ୍ତି। ବିଜେପିର ସନତ ଗଡ଼ତିଆଙ୍କୁ ୩୭, ୯୬୭ ଭୋଟ ମିଳିଥିବା ବେଳେ କଂଗ୍ରେସର ଦିଲୀପ ପଣ୍ଡା ପାଇଛନ୍ତି ମାତ୍ର ୫୮୭୬ ଭୋଟ।
ମୋଟ ୯୭, ୯୯୦ ଭୋଟ ବ୍ୟବଧାନରେ ଜିତି ରୀତା ଗତ ନିର୍ବାଚନର ସର୍ବାଧିକ ବିଜୟ ବ୍ୟବଧାନକୁ ଟପି ରେକର୍ଡ କରିଛନ୍ତି ।
ଗତ ନିର୍ବାଚନରେ ସୌମ୍ୟରଞ୍ଜନ ପଟ୍ଟନାୟକ ସର୍ବାଧିକ ବ୍ୟବଧାନରେ ଜିତିଥିବା ବେଳେ ଏହି ରେକର୍ଡକୁ ମଧ୍ୟ ପଛରେ ପକାଇଛନ୍ତି ରୀତା। ଖଣ୍ଡପଡ଼ାରୁ ସୌମ୍ୟ ୮୧, ୪୩୦ ଭୋଟରେ ଜିତିଥିଲେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବି ଟପିଗଲେ ରୀତା। ବିଜେପୁରରୁ ନବୀନ ଗତ ଥର ୫୭, ୧୨୨ ଭୋଟରେ ଜିତିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଏଣିକି ମନ୍ତ୍ରୀ ବୁଝିବେ ଜିଲ୍ଲା କଥା: ମୁଖ୍ୟମନ୍ତ୍ରୀ ବାଂଟିଲେ ‘ଜିଲ୍ଲା ପ୍ରଭାରୀ ମନ୍ତ୍ରୀ’ ଦାୟିତ୍ୱ
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କୁ କଟକ ଓ ଜଗତସିଂହପୁର ଜିଲ୍ଲାର ପ୍ରଭାରୀ ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଥିବାବେଳେ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର ଓ ଭଦ୍ରକ ଜିଲ୍ଲା ପ୍ରଭାରୀ ମନ୍ତ୍ରୀ ଦାୟିତ୍ୱ ମିଳିଛି ।
Politics
ମୁରବୀବିହୀନ ବିଜେଡି: ଶଙ୍ଖଭବନରେ ୨ ମହିଳା ପଦାଧିକାରୀ ଧସ୍ତାଧସ୍ତି,ମାରପିଟ୍
ଆଜିର ଏହି ଘଟଣାରୁ ଦଳ ଭିତରେ ନେତା ଓ ପଦାଧିକାରୀଙ୍କ ଉପରେ ନବୀନ ନିଜର ଲଗାମ ଓ ନିୟନ୍ତ୍ରଣ ହରାଇ ବସିଥିବାର ପ୍ରମାଣ ମିଳିଛି ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।
Politics
କାହିଁକି ହାରିଲା ବିଜେଡି; ପ୍ରତିଷ୍ଠା ଦିବସରେ କାରଣ କହିଲେ ନବୀନ
ନବୀନ କହିଛନ୍ତି, ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ ବୃଦ୍ଧି। ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ ଓ ପନିପରିବା ଆଦି ସବୁ ଦର ଆଜି ଆକାଶ ଛୁଆଁ।