ଜୟପୁର(ଟି.ଗୌରୀଶଙ୍କର): କୋରାପୁଟ ଜିଲ୍ଲା ସୁନାବେଡ଼ା ଥାନା ଭେଜାପୁଟ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଗତକାଲି ବିଳମ୍ୱିତ ରାତିରେ ଏକ ଘର ଉପରେ ବାଲି ବୋଝେଇ ଟ୍ରକ୍ ମାଡ଼ି ଯିବାରୁ ତିନି ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ଅଛନ୍ତି ଜଣେ ବ୍ୟକ୍ତି, ତାଙ୍କ ସ୍ତ୍ରୀ ଓ ୮ ବର୍ଷର ଝିଅ।
ପରିବାରର ଆଉ ଜଣେ ସଦସ୍ୟ ଅଳ୍ପକେ ମୃତ୍ୟୁମୁଖରୁ ବର୍ତ୍ତି ଯାଇଛନ୍ତି। ତେବେ ସେ ଆହତ ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ପରେ ଗାଁରେ ଉତ୍ତେଜନା ଦେଖାଦେଇଛି। ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଛନ୍ତି।
ଅନ୍ୟପକ୍ଷରେ ଘର ଉପରେ ମାଡ଼ି ଯିବା ପରେ ଟ୍ରକ୍ଟି ଓଲଟି ପଡ଼ିଛି। ତେବେ କେମିତି ଏ ଦୁର୍ଘଟଣା ଘଟିଲା, ତାହା ସ୍ପଷ୍ଟ ହୋଇପାରିନି।
ଟ୍ରକ୍ ଡ୍ରାଇଭର ଫେରାର୍ ହୋଇଯାଇଛନ୍ତି। ଟ୍ରକ୍ଟି ସିମିଳିଗୁଡ଼ାରୁ ଦାମନଯୋଡ଼ି ଯାଉଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରକ୍ଟି ମାଥନପୁଟ ଅଞ୍ଚଳର ବୋଲି ସୂଚନା ମିଳିଛି। ସୁନାବେଡ଼ା ପୁଲିସ୍ ଘଟଣାର ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।