ଓଲଟି ପଡ଼ିଲା ଇଟା ବୋଝେଇ ଟ୍ରକ୍‌: ନେଇଗଲା ୫ ଜୀବନ

ପାରଳାଖେମୁଣ୍ଡି (ଓଡ଼ିଶା ରିପୋର୍ଟର):ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ବାରତଡ଼ା ପଞ୍ଚାୟତ ଲୁହଝଲ ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଇଟା ବୋଝେଇ ଟ୍ରକ୍ ଓଲଟି ପଡ଼ିବାରୁ ୫ ଜଣଙ୍କ ମୃତ ଘଟିଛି। ଏଥିସହ ୧୦ରୁ ଅଧିକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଆଉ କିଛି ଚାପି ହୋଇ ରହିଥିବା ସନ୍ଦେହ କରି ପୋଲିସ ଛାନ୍‌ଭିନ୍ନ ଆରମ୍ଭ କରିଛି। ଆହତମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା […]

accident

accident

Rakesh Mallick
  • Published: Tuesday, 13 February 2018
  • Updated: 13 February 2018, 01:51 PM IST

Sports

Latest News

ପାରଳାଖେମୁଣ୍ଡି (ଓଡ଼ିଶା ରିପୋର୍ଟର):ଗଜପତି ଜିଲ୍ଲା ଗୁମ୍ମା ବ୍ଲକ ବାରତଡ଼ା ପଞ୍ଚାୟତ ଲୁହଝଲ ଘାଟିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ଇଟା ବୋଝେଇ ଟ୍ରକ୍ ଓଲଟି ପଡ଼ିବାରୁ ୫ ଜଣଙ୍କ ମୃତ ଘଟିଛି। ଏଥିସହ ୧୦ରୁ ଅଧିକ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ଆଉ କିଛି ଚାପି ହୋଇ ରହିଥିବା ସନ୍ଦେହ କରି ପୋଲିସ ଛାନ୍‌ଭିନ୍ନ ଆରମ୍ଭ କରିଛି। ଆହତମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସେମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ପରବର୍ତ୍ତୀ ସମୟରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇପାରେ ଜଣାପଡ଼ିଛି। ଆହତଙ୍କ ମଧ୍ୟରୁ ୫ ଜଣ ମହିଳା ଓ ୬ ଜଣ ପୁରୁଷ ଅଛନ୍ତି।

ଖବର ଲେଖାଯିବା ସୁଦ୍ଧା ମୃତାହତଙ୍କ ପରିଚୟ ମିଳିପାରି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos