ନୀଳଗିରି(ବିଶ୍ୱମ୍ୱର ଦାସ): ଅଧା ରହିଗଲା ପଞ୍ଚଲିଙ୍ଗେଶ୍ୱରଙ୍କ ଦର୍ଶନ। ଆଉ ମାତ୍ର ୩ କିଲୋମିଟର ଯାଇଥିଲେ ପଞ୍ଚଲିଙ୍ଗେଶ୍ୱରଙ୍କ ଦର୍ଶନ କରିଥାଆନ୍ତେ। ହେଲେ ସେଠାରେ ପହଞ୍ଚିବା ପୂର୍ବରୁ ଗାଡ଼ି ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା ଘଟିଛି ବାଲେଶ୍ୱର ଜିଲ୍ଲାର ପଞ୍ଚଲିଙ୍ଗେଶ୍ୱର ନିକଟ କେଳାପଦା ଛକଠାରେ।
ଆଜି ମଧ୍ୟାହ୍ନ ପ୍ରାୟ ୧୨ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଆଜି ସକାଳେ ସେମାନେ ବାଲେଶ୍ୱରରୁ ପଞ୍ଚଲିଙ୍ଗେଶ୍ୱର ଶୈବପୀଠ ଅଭିମୁଖେ ବାହାରିଥିଲେ। କେଳାପଦା ଛକଠାରେ ସେମାନଙ୍କ କାର୍ ଭାରସାମ୍ୟ ହରାଇ ପ୍ରଥମେ ଏକ ବିଦ୍ୟୁତ୍ ଖୁଣ୍ଟରେ ପିଟି ହୋଇଥିଲା। ପରେ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଥିଲା। କାର୍ରେ ବସିଥିବା ସମସ୍ତ ପର୍ଯ୍ୟଟକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ସ୍ଥାନୀୟ ଲୋକଙ୍କ ସହାୟତାରେ ସମସ୍ତ ପର୍ଯ୍ୟଟକଙ୍କୁ ଉଦ୍ଧାର କରାଯାଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅଫେରା ପଥରେ ଚାଲିଗଲେ ସମୀର ଦେ
ସମୀର ଦେ ତିନି ଥର ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ସେ ବିଜେପି ଟିକେଟରେ କଟକ ସିଟି ବିଧାନସଭା ଆସନରୁ ଲଗାତାର ତିନି ଥର ବିଜୟୀ ହୋଇଥିଲେ। ୧୯୯୫, ୨୦୦୦ ଓ ୨୦୦୪ ବିଧାନସଭା ନିର୍ବାଚନରେ ବିଜୟୀ ହୋଇଥିଲେ ସମୀର ଦେ।
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।