Advertisment

ମାଡ଼ିଗଲା ଟ୍ରକ୍;‌ ଜଣେ ମୃତ, ୩ ଗୁରୁତର

ସମ୍ୱଲପୁର(ସମୀର ଷଡ଼ଙ୍ଗୀ): ସମ୍ୱଲପୁର ସହର ସ୍ଥିତ ଅଇଁଠାପାଲି ନିକଟରେ ଏନ୍‌ଏଚ୍‌ ୬ରେ ଟ୍ରକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିସହ ୩ ଜଣ ଗୁରୁତର ଆହତ ହୋଇଛନ୍ତି।  ସେମାନଙ୍କୁ  ବୁର୍ଲା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ତେବେ ଖବର ଲେଖାଯିବା ସୁଦ୍ଧା ମୃତାହତଙ୍କ ପରିଚୟ ଜଣାପଡ଼ିନାହିଁ। ଆଜି ସକାଳ ପ୍ରାୟ ୧୦ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଟ୍ରକ୍‌ଟି ଭାରସାମ୍ୟ ହରାଇ ଏକ ଅଟୋକୁ ପଛରୁ ଧକ୍କା ଦେଇଥିଲା। ଫଳରେ ଅଟୋରେ ବସିଥିବା ୨ ଜଣ ଯାତ୍ରୀ […]

ଅଦ୍ୟତନ ହୋଇଛି
ସାଇକେଲକୁ ପିଟିଲା ବାଇକ୍;  ଆଖି ବୁଜିଲେ ଜଣେ

accident

Advertisment

ସମ୍ୱଲପୁର(ସମୀର ଷଡ଼ଙ୍ଗୀ): ସମ୍ୱଲପୁର ସହର ସ୍ଥିତ ଅଇଁଠାପାଲି ନିକଟରେ ଏନ୍‌ଏଚ୍‌ ୬ରେ ଟ୍ରକ୍‌ ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଏଥିସହ ୩ ଜଣ ଗୁରୁତର ଆହତ ହୋଇଛନ୍ତି।  ସେମାନଙ୍କୁ  ବୁର୍ଲା ମେଡ଼ିକାଲରେ ଭର୍ତ୍ତି କରାଯାଇଛି। ତେବେ ଖବର ଲେଖାଯିବା ସୁଦ୍ଧା ମୃତାହତଙ୍କ ପରିଚୟ ଜଣାପଡ଼ିନାହିଁ।

Advertisment

ଆଜି ସକାଳ ପ୍ରାୟ ୧୦ଟା ବେଳେ ଏହି ଦୁର୍ଘଟଣା ଘଟିଛି। ଟ୍ରକ୍‌ଟି ଭାରସାମ୍ୟ ହରାଇ ଏକ ଅଟୋକୁ ପଛରୁ ଧକ୍କା ଦେଇଥିଲା। ଫଳରେ ଅଟୋରେ ବସିଥିବା ୨ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଏହାପରେ ଟ୍ରକ୍‌ଟି ରାସ୍ତା କଡ଼ରେ ଠିଆ ହୋଇଥିବା ୩ ଜଣ ମହିଳାଙ୍କୁ  ଧକ୍କା ଦେଇଥିଲା। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୨ ଜଣ ଗୁରୁତର ଆହତ ହୋଇଛନ୍ତି।  ଖବର ପାଇ ଅଇଁଠାପାଲି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍‌କୁ ଜବତ କରିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe