ରାଉରକେଲା (ସତ୍ୟାନନ୍ଦ ମହାନ୍ତି):ସୁନ୍ଦରଗଡ଼ କୁତ୍ରାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ସ୍କୁଟିକୁ ବସ୍ ଚାପି ଦେବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। କୁତ୍ରା ବ୍ଲକ୍ ଲକ୍ଷ୍ମୀପୋଷ ନିକଟରେ ଏହି ଦୁର୍ଘଟଣା ଘଟିଛି। ତିନି ଜଣ ଯୁବକ ଏକ ସ୍କୁଟିରେ ଯାଉଥିବାବେଳେ ପବନହଂସ ନାମକ ଏକ ଘରୋଇ ବସ୍ ସେମାନଙ୍କୁ ଧକ୍କା ଦେଇଥିଲା। ତିନି ଜଣ ଯାକ ବସର ଚକା ତଳେ ପଶିଯିବାରୁ ବସ ସେମାନଙ୍କୁ ଚାପି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣଙ୍କୁ ହସ୍ପିଟାଲ ନେବା ବାଟରେ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ଆଉ ଜଣେ ଯୁବକ ମଧ୍ୟ ଆହତ ହୋଇଛନ୍ତି। ତାଙ୍କୁ ଆଇଜିଏଚରେ ଭର୍ତ୍ତି କରାଯାଇଛି । ସେପଟେ ଦୁର୍ଘଟଣାକୁ ନେଇ ଲକ୍ଷ୍ମୀପୋଷି ଛକରେ ଉତ୍ତେଜନା ଦେଖାଦେବାରୁ ରାଜଗାଙ୍ଗପୁର ଏସଡିପିଓ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ଅହେତୁକ ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ, କଟାକ୍ଷ କଲା ବିଜେପି
ନିର୍ବାଚନ ବିପର୍ଯ୍ୟୟ ପରେ ବିଜେଡିର ଏହା ପ୍ରଥମ ସମାବେଶ। ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଯୋଗଦେଲେ ସମସ୍ତ ବିଧାୟକ, ସାଂସଦ ଓ ବରିଷ୍ଠ ନେତା। ନାଟକ କରୁଛନ୍ତି କହିଲା ବିଜେପି।
Crime
୨ ବିଜେପି କର୍ମୀଙ୍କ ମୃତ୍ୟୁ ଘଟଣା; ଦୁର୍ଘଟଣା ନୁହେଁ ତାହା ସୁଚିନ୍ତିତ ହତ୍ୟାକାଣ୍ଡ- ଏସ୍ପି
ଆଜି ସନ୍ଧ୍ୟା ସୁଦ୍ଧା଼ ପୂରା ଘଟଣା ଉପରୁ ପରଦା ହଟିବ ଓ ଏହି ହତ୍ୟାକାଣ୍ଡ ପଛରେ କେଉଁମାନେ ଅଛନ୍ତି ତଥା ସେମାନଙ୍କ ଉଦ୍ଦେଶ୍ୟ କ’ଣ ତାହା ସର୍ବସମ୍ମୁଖକୁ ଆସିବ ବୋଲି କହିଛନ୍ତି ଏସ୍ପି।
Accident
ଗଛରେ ପିଟିହେଲା ବାଇକ୍, ଆଖି ବୁଜିଲେ ପିଜି ଛାତ୍ର
ୟୁନିଭରସିଟି ପରିସରରେ ଗଛରେ ପିଟିହେଲା ବାଇକ୍। ବାଇକ୍ରୁ ଛିଟିକି ପଡ଼ିଗଲେ ଛାତ୍ର। ଆଉ ଘଟଣାସ୍ଥଳରେ ଚାଲିଗଲା ଜୀବନ।
Crime
ଉଜୁଡ଼ିଗଲା ଫସଲ; ହୃଦଘାତରେ ଟଳି ପଡ଼ିଲେ ଚାଷୀ
ଦାଉ ସାଧିଲା ଅଦିନିଆ ବର୍ଷା । ଉଜୁଡ଼ିଗଲା ଫସଲ। ବର୍ଷ ଯାକର ପରିଶ୍ରମ ପାଣିରେ ପଡ଼ିଲା। ଏହା ଦେଖି ସହ୍ୟ କରିବା କଷ୍ଟକର ହେଲା ଆଉ ଶେଷରେ ହୃଦଘାତରେ ଟଳି ପଡ଼ିଲେ ଚାଷୀ।
Education
ଧନୁଯାତ୍ରା ପାଇଁ ବରଗଡ଼ରେ ବଦଳିଲା ସ୍କୁଲ, କଲେଜ ସମୟ
ସମ୍ଭାବ୍ୟ ଭିଡ ଏବଂ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ବରଗଡ ଜିଲା ଶିକ୍ଷା ବିଭାଗ ଆସନ୍ତା ୬ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ମଥୁରାନଗରୀରେ ରହିଥିବା ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ପାଠପଢା ସମୟକୁ ପରିବର୍ତ୍ତନ କରିଛି।