ଦୁଇ ଦୁର୍ଘଟଣା: ଜଣେ ମୃତ, ୭ ଆହତ

ଖୋର୍ଦ୍ଧା(ଓଡ଼ିଶା ରିପୋର୍ଟର):ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ପିଚୁକୁଳିରେ ଦୁଇ ଦୁଇଟି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ପିଚୁକୁଳି ବଜାରରେ ଭାରସାମ୍ୟ ହରାଇ ରାସ୍ତାକଡ଼ର ଏକ ଦୋକାନ ଉପରେ ଏକ ହାଇୱା ମାଡ଼ି ଯାଇଥିଲା। ଫଳରେ ଏହି ଦୋକାନରେ ଥିବା ୪ ଜଣ ଗୁରୁତର ଆହତ ହୋଇଛନ୍ତି।

ସେହିପରି ପିଚୁକୁଳ ବଜାରଠାରୁ କିଛି ଦୂରରେ ଆଉ ଏକ ଦୁର୍ଘଟଣା ଘଟିଛି। ବିଦ୍ୟୁତ ଖୁଣ୍ଟ ସହ ଏକ ଦ୍ରୁତଗାମୀ କାର୍‌ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ହେବା ସହ ୩ ଜଣ ଗୁରୁତର ହୋଇଛନ୍ତି। ଆହତମାନଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।