ବସ୍ ଧକ୍କାରେ ସାଇକେଲ ଆରୋହୀଙ୍କ ମୃତ୍ୟୁ; ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

ଅନୁଗୋଳ: ଅନୁଗୋଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ ବଳରାମପ୍ରସାଦ ଛକ ନିକଟରେ ଆଜି ସକାଳେ ବସ୍ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ରାଜକିଶୋର ନାଏକ। ଏହାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ଟାୟାର ଜାଳି ରାସ୍ତାରୋକ କରିଛନ୍ତି।

ସ୍ଥାନୀୟ ଅଞ୍ଚଳର ରାଜକିଶୋର ଏକ ସାଇକେଲରେ ନାଲକୋ ଅଭିମୁଖେ ଆସୁଥିବା ବେଳେ ବିପରୀତ ଦିଗରୁ ଯାଉଥିବା ଏକ ବସ୍  ଦ୍ରୁତ ଗତିରେ ଆସି ତାଙ୍କୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ରାଜକିଶୋର ପ୍ରାଣ ହରାଇଥିଲେ।