ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ସୁନ୍ଦରଗଡ଼ ଜିଲ୍ଲା ବୀରମିତ୍ରପୁର ଥାନା ଅନ୍ତର୍ଗତ କାଲସେରିଆ ନିକଟରେ ଏକ ସ୍କର୍ପିଓ ରାସ୍ତା କଡ଼ରେ ଥିବା ଗଛରେ ପିଟି ହେବାରୁ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଆହତ ହୋଇଛନ୍ତି। ମୃତକଙ୍କ ନାଁ ଦୀପ୍ କୁମାର ଖେସ। ଆହତମାନେ ସମସ୍ତେ କୁଆରମୁଣ୍ଡାରେ ଥିବା ଡନ୍ ବାସ୍କୋ ଆଇଟିଆଇ କଲେଜ ଛାତ୍ର ବୋଲି ଜଣାପଡ଼ିଛି।
ସୂଚନାଅନୁସାରେ, ଗତକାଲି ଆଇଟିଆଇ କଲେଜର ଜଣେ କର୍ମଚାରୀଙ୍କ ପୁଅଙ୍କର ବୀରମିତ୍ରପୁର ଥାନା ଅନ୍ତର୍ଗତ ଝୁରମୁରରେ ମୃତ୍ୟୁ ଘଟିଥିଲା। ଏହି ଛାତ୍ରମାନେ ଶବ ତ୍ସକାର ସାରି ଏକ ସ୍କର୍ପିଓରେ ଫେରିବା ବେଳେ କାଲସେରିଆଠାରେ ସେମାନଙ୍କ ଗାଡ଼ି ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଯାଇଥିଲା। ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିଲା। ୫ ଜଣ ଛାତ୍ରଙ୍କ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ଇସ୍ପାତ ଜେନେରାଲ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। ରାହୁଲ ସାହୁ ନାମକ ଜଣେ ଛାତ୍ର ରାଉରକେଲା ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Guest Column
୨୦୩୬ ମସିହାର ଓଡ଼ିଶା କେଉଁଭଳି ହେବ?
ପ୍ରଦୂଷଣ ହେତୁ ଆଜି ଅଞ୍ଚଳରେ ଅନେକ ଲୋକ ଯକ୍ଷ୍ମା ବେମାରୀରେ ପଡିଛନ୍ତି। ଅନେକ ଏହିହେତୁ ମରିଯାଉଛନ୍ତି। ଚାଷ ଭଲ ହେଉ ନାହିଁ। ଚୂନ ଗୁଣ୍ଡ ପଡ଼ିବାରୁ କୌଣସି ଫସଲ ଭଲ ହେଉନାହିଁ। ପାଚିବା ପୂର୍ବରୁ ଫଳ ଝଡ଼ିଯାଉଛି। ଲୋକେ ଚଳିବେ ବା କେମିତି? ଅଞ୍ଚଳରେ ପାଣି ମଧ୍ୟ ଭଲରେ ମିଳୁନାହିଁ, ନା ପିଇବା ଲାଗି ନା ବ୍ୟବହାର ଲାଗି। ଘର ବାହାରକୁ ବାହାରିଲେ ମୁହଁ ଧଳା ଦେଖାଯାଉଛି।
Crime
ଗର୍ଭବତୀଙ୍କ ଠାରୁ ଲାଞ୍ଚ ନେବା ପଡ଼ିଲା ମହଙ୍ଗା; ବନ୍ଧାହେଲେ ଡାକ୍ତର
ରେଡ୍ ବେଳେ ଆଶୋକଙ୍କ ଘରୁ ଲକ୍ଷାଧିକ ଟଙ୍କା ଜବତ ହୋଇଥିବା ସୂଚନା ରହିଛି।
Human Intrest
‘ଜଙ୍ଗଲ ଜମିର ପଟ୍ଟା ଦିଅ, ମନରେଗାରେ କାମ ଦିଅ’
ଗ୍ରାମବାସୀଙ୍କ ଠାରୁ ଜାଣିଲୁ ଯେ ପ୍ରତି ବର୍ଷ ଅଗଷ୍ଟରୁ ଡିସେମ୍ବର ମାସ ମଧ୍ୟରେ ନିଜ ବିଲରୁ ଆସିଥିବା ଖାଦ୍ୟ ଶସ୍ୟ ସରିଯାଏ। ଲୋକେ ସେହି ସମୟର ଖାଦ୍ୟ ଆବଶ୍ୟକତା ପୂରଣ ଲାଗି ଆମ୍ବ ଟାକୁଆ ପୂର୍ବରୁ ସଂଗ୍ରହ କରିଥାନ୍ତି। ଘରେ ଚାଉଳ ସରିଆସିଲେ ସେହି ଆମ୍ବ ଟାକୁଆର କୋଇଲିକୁ ଗୁଣ୍ଡ କରି, ତାକୁ ଭିଜାଇ ସେହିଥିରେ ଟାକୁଆ ପେଜ ତିଆରି କରିଥାନ୍ତି। ଡିସେମ୍ବରରେ ପୁଣି ନୂଆ ଧାନ ଆସିଗଲେ ବଳକା ଟାକୁଆକୁ ସେମାନେ ଫୋପାଡ଼ି ଦେଇଥାନ୍ତି।
Accident
ଧାନ ଫସଲ ଜଗିଥିଲେ ଚାଷୀ; ଦଳିଦେଲେ ହାତୀ
ଆଜି ସକାଳେ ସ୍ଥାନୀୟ ଲୋକେ ବିଲକୁ ଯାଇଥିବା ବେଳେ ଗଣେଶଙ୍କ ମୃତଦେହ ପଡ଼ିଥିବା ଦେଖିଥିଲେ।
Crime
ମହାଧୂର୍ତ୍ତ ଡେପୁଟି ଜେନେରାଲ୍ ମ୍ୟାନେଜର୍; ପଡ଼ୋଶୀ ଛାତରୁ ମିଳିଲା ବିଡ଼ା ବିଡ଼ା ନୋଟ୍
ସୁବାଷ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା।