କାର୍‌-ବାଇକ୍‌ ଧକ୍କା, ଜଣେ ମୃତ

ବିନିକା(ଦିଲୀପ ସାହୁ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଙ୍ଗନଦୀ ବ୍ରିଜ୍‌ ଉପରେ ଆଜି ସକାଳେ କାର୍‌ ଓ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି।  ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ଶୁକ୍ରୁ ସାହୁ(୫୫)। ଆହତ ଯୁବକଙ୍କ ନାଁ ଭକ୍ତ ନାୟକ(୨୨)। ଉଭୟଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ […]

accident

accident

Jyoshna Pradhan
  • Published: Monday, 27 May 2019
  • Updated: 27 May 2019, 08:11 AM IST

ବିନିକା(ଦିଲୀପ ସାହୁ): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଙ୍ଗନଦୀ ବ୍ରିଜ୍‌ ଉପରେ ଆଜି ସକାଳେ କାର୍‌ ଓ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି।  ଅନ୍ୟଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ଶୁକ୍ରୁ ସାହୁ(୫୫)। ଆହତ ଯୁବକଙ୍କ ନାଁ ଭକ୍ତ ନାୟକ(୨୨)।

ଉଭୟଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଡୁଙ୍ଗୁରିପାଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ର ସାହୁଙ୍କ ମୃତ୍ୟୁ ଘଟିଛି।accident

ବରଗଡ଼ରୁ ଏକ କାର୍‌ ବଲାଙ୍ଗିର ଆସୁଥିଲା। ଏହି ସମୟରେ ବଲାଙ୍ଗିର ଅଭିମୁଖେ ଯାଉଥିବା ବାଇକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ବାଇକ୍‌ ଆରୋହୀଙ୍କ ଗୋଡର ହାଡ଼ ବାହାରିଯାଇ ରାସ୍ତା ଉପରେ ପଡିଥିବା ଦେଖିବାକୁ ମିଳିଥିଲା। ମୃତକଙ୍କ ଘର ବରଗଡ଼ ଜିଲ୍ଲା ବରପାଲି ଥାନା ଅନ୍ତର୍ଗତ ବାରଙ୍ଗପାଲିରେ ବୋଲି ଜଣାପଡ଼ିଛି ।

ଖବର ପାଇ ଲୋଇସିଂହା ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି କାର୍‌ ଓ ବାଇକ୍‌କୁ ଜବତ କରିଛି। ଏଥିସହ ଘଟଣାର ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos