ପାଲଲହଡ଼ା(ରବି ନାରାୟଣ ପ୍ରଧାନ): ଅନୁଗୋଳ ଜିଲ୍ଲା ଜାତୀୟ ରାଜପଥ ୪୯ନଂ ର ବାଲିପଶି ଗାଁ ନିକଟରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ଖବରକାଗଜ ବିକ୍ରେତାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ବସନ୍ତ ମହାକୁଳ। ତାଙ୍କ ଘର ପୁରୁଣା ଗୌଡ଼ସାହିରେ।
ଆଜି ସକାଳ ପ୍ରାୟ ସାଢ଼େ ସାତଟା ବେଳେ ବସନ୍ତ ଖବରକାଗଜ ବାଣ୍ଟିବା ପାଇଁ ବାଲିପଶି ଗାଁ ନିକଟରେ ଯାଉଥିଲେ। ଏହି ସସୟରେ ଏକ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।
ପIଲଲହଡା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା। ପୁଲିସ୍ ଓ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିବା ସହ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦେବା ପାଇଁ ପ୍ରତିଶ୍ରୁତି ଦେବା ପରେ ଉତ୍ତେଜନା ଥମିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।